ଚର୍ଚ୍ଚା: ସରେଣ୍ଡର କରିବେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର ବିଜେପି ନେତା ଜଗନ୍ନାଥ ପ୍ରଧାନ ପୁଲିସ ପାଖରେ ଆତ୍ମ ସମର୍ପଣ କରିବେ । ରାଜ୍ୟ କାର୍ୟ୍ୟାଳୟରେ ଜଗନ୍ନାଥ ଥିବାବେଳେ ସେଠାରୁ ସମର୍ଥକମାନଙ୍କ ସହ ସେ ଖାରବେଳନଗର ଥାନାରେ ଆତ୍ମସମର୍ପଣ କରିବେ ବୋଲି ଚର୍ଚ୍ଚା ହେଉଛି । ବିଶେଷକରି ‘ଆଇନ୍‌କୁ ସମ୍ମାନ ଦେବି’ ବୋଲି ଜଗାଙ୍କ ପୋଷ୍ଟ ଏବେ ବେଶ୍‌ ଚର୍ଚ୍ଚା ସୃଷ୍ଟିକରିଛି । ରାଜ୍ୟ ବିଜେପି କାର୍ୟ୍ୟାଳୟରେ ବିଜେପି ସଭାପତି ମନମୋହନ ସାମଲ ଓ ବରିଷ୍ଠ ନେତାଙ୍କ ସହ ଜଗନ୍ନାଥ ଏବେ ଆଲୋଚନା କରୁଥିବା ଜାଣିବାକୁ ମିଳିଛି ।

ଫେସବୁକ୍‌ରେ ଜଗା ପୋଷ୍ଟ କରିଛନ୍ତିଯେ, ରାଜ୍ୟରେ ଦୁଇ ଦିନ ହେବ ବିଏମସି ଘଟଣାରେ ବିରୋଧୀ ଦଳ ଏକ ରାଜନୈତିକ ରୁଟି ସେକିବା ପାଇଁ ପ୍ରୟାସ କରୁଛି । ମୁଁ ଆଗରୁ କହିଛି, ଏବେ ବି କହୁଛି, ଏହି ଘଟଣା ଦୁଃଖଦାୟକ ଓ ନିନ୍ଦନୀୟ । ଏହାକୁ ମୁଁ କଡ଼ା ଶବ୍ଦରେ ନିନ୍ଦା କରୁଛି ।
ରାଜ୍ୟରେ ପ୍ରଶାସନିକ ଅଚଳାବସ୍ଥା ଆଡକୁ ଗତି କରୁଥିବା ବେଳେ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବାକୁ ଯାଉଛି । ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ଏବଂ ଆମ ସରକାରର ହିତ ପାଇଁ ମୁଁ ଆଇନକୁ ସମ୍ମାନ ଦେଉଛି । ଆଇନ ଅନୁସାରେ ଯାହା କାର୍ୟ୍ୟାନୁଷ୍ଠାନ ନିଆଯିବ, ସେଥିରେ ମୁଁ ସମ୍ପୂର୍ଣ୍ଣ ସହଯୋଗ କରିବି ।
ସୂଚନାଯୋଗ୍ୟଯେ, ବିଏମସିର ଆସିଷ୍ଟାଣ୍ଟ କମିଶନର ରତ୍ନାକର ସାହୁଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା । ଜଗନ୍ନାଥଙ୍କ କେତେକ ସହଯୋଗୀ ଆକ୍ରମଣ କରିଥିଲେ । ଯାହାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଯାଇଥିବାବେଳେ ଓଏଏସ ସଂଘ ବି ଜଗାଙ୍କ ଗିରଫ ଦାବିରେ ଅଡ଼ି ବସିଥିବା କୁହାଯାଉଛି ।

  • Related Posts

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    କଟକ: ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଓ ତିନି ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ କଟକ ସ୍ଥିତ ଡିଜି ଅଫିସ ସମ୍ମୁଖରେ ପ୍ରତିବାଦ କରାଯାଇଛି। ରାଜ୍ୟ ସଭାପତି ଭକ୍ତ ଦାସଙ୍କ ନେତୃତ୍ଵରେ ଏହି ପ୍ରତିବାଦ ସଭା କରାଯାଇଛି। ଏଥିରେ…

    ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ

    ଭୁବନେଶ୍ବର: ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ ଦେବନି ବୋଲି ପୂର୍ବତନ ସାଂସଦ ମହେଶ ସାହୁ କହିଛନ୍ତି। ସେ କହିଛନ୍ତି, ଦଳ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ କଦାପି ସମର୍ଥନ କରିବ ନାହିଁ। ଏନଡିଏଯାହାଙ୍କୁ ଉପରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ କରିବ,…

    Leave a Reply

    Your email address will not be published. Required fields are marked *

    You Missed

    ନାବାଳିକାକୁ ବିବାହ କରି ସସ୍‌ପେଣ୍ଡ ହେଲେ ଏସଆଇ

    ନାବାଳିକାକୁ ବିବାହ କରି ସସ୍‌ପେଣ୍ଡ ହେଲେ ଏସଆଇ

    ଦୌଡୁଥିବା ବେଳେ ହୋମ୍‌ଗାର୍ଡ ପରୀକ୍ଷାର୍ଥୀ ମୃତ

    ଦୌଡୁଥିବା ବେଳେ ହୋମ୍‌ଗାର୍ଡ ପରୀକ୍ଷାର୍ଥୀ ମୃତ

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ଭବନରୁ ଆସିଛି ନିମନ୍ତ୍ରଣ

    ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ଭବନରୁ ଆସିଛି ନିମନ୍ତ୍ରଣ

    ଅଗ୍ନିକାଣ୍ଡ, ଜଳିଗଲା ୩୦ ସ୍କୁଟି

    ଅଗ୍ନିକାଣ୍ଡ, ଜଳିଗଲା ୩୦ ସ୍କୁଟି

    ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ

    ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ