ଚଳିତ ବର୍ଷ ୫ ନୁହେଁ, ୪ ଦିନ ପଞ୍ଚୁକ

ପୁରୀ:  ମଙ୍ଗଳବାର କାର୍ତ୍ତିକର  ମହାପଞ୍ଚୁକ ବ୍ରତ ଆରମ୍ଭ । ପଞ୍ଚୁକ ୫ ଦିନ ମହାପ୍ରଭୁ ସ୍ୱତନ୍ତ୍ର ବେଶରେ ଶ୍ରଦ୍ଧାଳୁଙ୍କୁ ବର୍ଷକରେ ଥରେ ଦର୍ଶନ  ଦେଇଥାନ୍ତି । ତେଣୁ ଏହି ୫ ଦିନକୁ ଚାତକ ଭଳି ଚାହିଁ ରହିଥାନ୍ତି ଶ୍ରଦ୍ଧାଳୁ । ଚଳିତ ବର୍ଷ ତିଥି କ୍ଷୟ ପଡୁଥିବାରୁ ପଞ୍ଚୁକ ୫ ପରିବର୍ତ୍ତେ ୪ଟି ଦିନ  ପଡ଼ୁଛି । ତେଣୁ ଭକ୍ତ ୪ଟି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ।   ଦେବ ଉତ୍‌ଥାପନ ଏକାଦଶୀରୁ  ପୂର୍ଣ୍ଣିମା ପର୍ୟ୍ୟନ୍ତ ଚତୁର୍ଦ୍ଧାବିଗ୍ରହ ପ୍ରତ୍ୟହ  ଭିନ୍ନ ଭିନ୍ନ ବେଶରେ ସୁସଜ୍ଜିତ ହୋଇ ଦର୍ଶନ ଦେବେ । ୧୨ ତାରିଖ ଅର୍ଥାତ୍‌  ପଞ୍ଚୁକ ପ୍ରଥମ ଦିନରେ ଲକ୍ଷ୍ମୀନାରାୟଣ  ବେଶ, ୧୩ରେ ବାଙ୍କଚୂଡ଼ା ବେଶ,  ୧୪ରେ ଡାଳିକିଆ ତଥା ତ୍ରିବିକ୍ରମ  ବେଶ ଓ ୧୫ରେ ଅର୍ଥାତ୍‌ ଶେଷ  ଦିନ ପୂର୍ଣ୍ଣିମାରେ ରାଜାଧିରାଜ ବା  ସୁନାବେଶରେ ଦର୍ଶନ ଦେବେ ।  ସାଧାରଣତଃ ପଞ୍ଚୁକର ପ୍ରଥମ  ଦିନରେ ଠାକୁରଙ୍କ ଲକ୍ଷ୍ମୀନୃସିଂହ  ବେଶ ଅନୁଷ୍ଠିତ ହୋଇଥାଏ । ତିଥି  କ୍ଷୟ ପଡୁଥିବାରୁ ଏବର୍ଷ ଏହି ବେଶ  ହେବନାହିଁ । ଫଳରେ ଚଳିତବର୍ଷ  ମହାପ୍ରଭୁଙ୍କ ଏହି ଦୁର୍ଲ୍ଲଭ ଲକ୍ଷ୍ମୀନୃସିଂହ  ବେଶ ଦର୍ଶନରୁ ଶ୍ରଦ୍ଧାଳୁ ବଞ୍ଚିତ  ରହିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ  ଲୋକସମ୍ପର୍କ ଅଧିକାରୀ ଜିତେନ୍ଦ୍ର  ନାରାୟଣ ମହାନ୍ତି ସ୍ପଷ୍ଟ କରିଛନ୍ତି ।

ପଞ୍ଚୁକରେ ମହାପ୍ରଭୁଙ୍କ ଦର୍ଶନ  ପାଇଁ ଶ୍ରୀମନ୍ଦିରରେ ଲକ୍ଷାଧିକ  ଶ୍ରଦ୍ଧାଳୁଙ୍କ ସମାଗମ ହେବ ବୋଲି  ପ୍ରଶାସନ ପକ୍ଷରୁ ଆକଳନ  କରାଯାଇଛି । ଭିଡ଼କୁ ଦୃଷ୍ଟିରେ  ରଖି ପୁଲିସ ପ୍ରଶାସନ ତରଫରୁ  ମରିଚିକୋଟ ଛକଠାରୁ ସିଂହଦ୍ୱାର  ପର୍ୟ୍ୟନ୍ତ ବ୍ୟାରିକେଡ୍‌ କରାଯାଇଛି ।  ଶ୍ରଦ୍ଧାଳୁମାନେ ବ୍ୟାରିକେଡ ଦେଇ  ସିଂହଦ୍ୱାର, ବାଇଶି ପାହାଚ ଦେଇ  ଶ୍ରୀମନ୍ଦିରକୁ ପ୍ରବେଶ କରିବେ । ଏହି  ଦିନରେ କେବଳ ସିଂହଦ୍ୱାରରେ  ଶ୍ରଦ୍ଧାଳୁ ପ୍ରବେଶ କରିବେ ଓ ଦର୍ଶନ  କରିବା ପରେ ଅନ୍ୟ ୩ ଦ୍ୱାରରେ  ପ୍ରସ୍ଥାନ କରିବେ ।

  • Related Posts

    ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନୂଆଦିଲ୍ଲୀ ଗସ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଏହି ଅବସରରେ ବିଜେପିର କେନ୍ଦ୍ରୀୟ ନେତୃତ୍ବଙ୍କ…

    ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର : ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲିବାକୁ ବ୍ୟବସାୟୀ ଅନୁଷ୍ଠାନକୁ ଅନୁରୋଧ କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଗକୁ ବସ୍‌ଷ୍ଟାଣ୍ଡ, ରେଳ ଷ୍ଟେସନ, ପରିବା ହାଟ, ବଜାର ଭଳି ସର୍ବସାଧାରଣ ସ୍ଥାନରେ ଖୋଲାଯିବ ଏହି ସେଣ୍ଟର…

    Leave a Reply

    Your email address will not be published. Required fields are marked *

    You Missed

    ଏଣିକି ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

    ଏଣିକି ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

    ଦିଲ୍ଲୀରେ ବିଦ୍ୟୁତ୍ ଦର ବୃଦ୍ଧି କରିବାକୁ ଅନୁମତି

    ଦିଲ୍ଲୀରେ ବିଦ୍ୟୁତ୍ ଦର ବୃଦ୍ଧି କରିବାକୁ ଅନୁମତି

    ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

    ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

    ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

    ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

    ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

    ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

    ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ

    ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ