ଚାମେଲି ଓଝା ଘଟଣା; ରିପୋର୍ଟ ଆସିଲେ ଆକ୍ସନ- ଆଇନମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ରାପଡ଼ାରେ ଯେଉଁ ଘଟଣା ଘଟିଛି, ରାଜ୍ୟ ସରକାର ସେ ବାବଦରେ ସବିଶେଷ ତଥ୍ୟ ମାଗିଛନ୍ତି । ସ୍ଥାନୀୟ ଏସପି ଓ ପ୍ରଶାସନ ରିପୋର୍ଟ ଦେବା ପରେ ଘଟଣାର ସତ୍ୟତା କେତେ ଅଛି ଜଣାପଡିବ । କେନ୍ଦ୍ରାପଡ଼ା ମହାକାଳପଡ଼ା ସରପଞ୍ଚ ଚାମେଲି ଓଝା ଘଟଣାରେ ପ୍ରତିକ୍ରିୟା ରଖି ଏହା କହିଛନ୍ତି ଆଇନମନ୍ତ୍ରୀ ।

କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକର ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କ ସହ ଘଟିଥିବା ସମ୍ବେଦନଶୀଳ ଘଟଣାକୁ ନେଇ ଏବେ ରାଜ୍ୟ ରାଜନୀତି ସରଗରମ ରହିଛି । ଏହି ସମ୍ପୂର୍ଣ୍ଣ ମାମଲାକୁ ରାଜ୍ୟ ସରକାର ଅତି ଗମ୍ଭୀରତାର ସହ ନେଇଥିବା ବେଳେ ଦୋଷୀଙ୍କ ବିରୋଧରେ କଠୋର ଆଇନଗତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସ୍ପଷ୍ଟ ଚେତାବନୀ ଦେଇଛନ୍ତି ଆଇନମନ୍ତ୍ରୀ l

କେନ୍ଦ୍ରାପଡ଼ା ସରପଞ୍ଚ ଘଟଣାରେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ଗଣମାଧ୍ୟମ ତଥା ସୋସିଆଲ ମିଡିଆରେ ତାଙ୍କୁ ନେଇ ଯେଉଁ ଖବର ଆସୁଛି ସେଥିରେ ସରକାର୍ ଅବଗତ ଅଛନ୍ତି । ଘଟଣାକୁ ନେଇ ସମ୍ପୂର୍ଣ୍ଣ ରିପୋର୍ଟ ଆସିବା ପରେ କିଏ ସମ୍ପୃକ୍ତ କାହାର ଦୋଷ ଅଛି ସ୍ପଷ୍ଟତା ଆସିବ । କୌଣସି ଘଟଣା ଘଟିଲେ ତାକୁ ବିରୋଧୀ ରାଜନୈତିକ ରଙ୍ଗ ଦେବା ସ୍ବାଭାବିକ । ଏହାକୁ ନେଇ ଏବେ ଟିପ୍ପଣୀ ଦେବା ଠିକ୍ ହେବ ନାହିଁ । ରିପୋର୍ଟ ଆସିଲେ ଯିଏ ସମ୍ପୃକ୍ତ ତାଙ୍କ ବିରୋଧରେ ଆକ୍ସନ ନିଆଯିବ ।

ଏହି ବିବାଦୀୟ ମାମଲାର ପ୍ରକୃତ ସତ୍ୟାସତ୍ୟ ପରଖିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ସରକାର ଏ ସମ୍ପର୍କରେ ସ୍ଥାନୀୟ ପ୍ରଶାସନ ଠାରୁ ସବିଶେଷ ରିପୋର୍ଟ ତଲବ କରିଛନ୍ତି । କେନ୍ଦ୍ରାପଡ଼ା ଏସପିଙ୍କୁ ଏହି ଘଟଣାର ସମ୍ପୂର୍ଣ୍ଣ ଅନୁସନ୍ଧାନ କରି ରିପୋର୍ଟ ଦେବାକୁ କୁହାଯାଇଛି । ତଦନ୍ତ ରିପୋର୍ଟ ଆସିବା ପରେ ହିଁ ପ୍ରକୃତ ସତ୍ୟ ସାମ୍ନାକୁ ଆସିବ । ଏହି ଘଟଣାରେ ଯେଉଁମାନଙ୍କର ବି ସଂପୃକ୍ତି ଥିବ, ସେମାନଙ୍କ ବିରୋଧରେ ନିରପେକ୍ଷ ଭାବେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ l

“ଯେକୌଣସି ସମ୍ବେଦନଶୀଳ ଘଟଣା ଘଟିଲେ ତାହାକୁ ରାଜନୈତିକ ରଙ୍ଗ ଦେବା ବିରୋଧୀଙ୍କର ଏକ ପ୍ରକୃତି । ତେଣୁ ଏହି ସମୟରେ କୌଣସି ଆଧାରହୀନ ଟିପ୍ପଣୀ ଦେବା ଆଦୌ ଉଚିତ୍ ନୁହେଁ । ସରକାରୀ ସ୍ତରରେ ତଦନ୍ତ ପ୍ରକ୍ରିୟା ଜାରି ରହିଥିବାରୁ, ପୋଲିସର ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ଆଇନ ଅନୁଯାୟୀ ଉପଯୁକ୍ତ ପଦକ୍ଷେପ ନିଆଯିବ,” ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

  • Related Posts

    ଓଡ଼ିଶା ଆଉ ଶାନ୍ତିପ୍ରିୟ ରାଜ୍ୟ ହୋଇନାହିଁ:ସୁଲତା ଦେଓ

    ଭୁବନେଶ୍ଵର: ରାୟଗଡ଼ା ଭିଡ଼ ହିଂସାକୁ ବିଜେଡିର କଡ଼ା ନିନ୍ଦା। ପ୍ରେସମିଟ୍ ରେ ବର୍ଷିଲା ବିରୋଧୀ ଦଳ। ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓ କହିଛନ୍ତି ଯେ, ରାୟଗଡ଼ାର ଯେଉଁ ଚିତ୍ର ସମସ୍ତଙ୍କୁ ଆନ୍ଦୋଳିତ କରୁଛି। ଓଡ଼ିଶା ଆଉ ଶାନ୍ତିପ୍ରିୟ ରାଜ୍ୟ ହୋଇନାହିଁ।…

    Continue reading
    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ‘ତୁରନ୍ତ ଭତ୍ତା ଟଙ୍କା ପ୍ରଦାନ କରାଯାଉ’

    ଭୁବନେଶ୍ୱର: ରାଜ୍ୟର ପ୍ରାୟ ୧୮ ଲକ୍ଷ ସାମାଜିକ ସୁରକ୍ଷା ପେନ୍‌ସନଭୋଗୀଙ୍କୁ ଗତ ୩ ମାସ ହେଲା ପେନ୍‌ସନ ଟଙ୍କା ମିଳିନାହିଁ। ଭତ୍ତା ଟଙ୍କା ଉପରେ ନିର୍ଭର କରୁଥିବା ସମସ୍ତଙ୍କୁ ତୁରନ୍ତ ଏହା ପ୍ରଦାନ କରିବାକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ