ଚାମ୍ପିଅନ୍ସ ଟ୍ରଫି ଚାମ୍ପିଅନ ପାଇବ ୧୯.୪୬ କୋଟି ଟଙ୍କା

ଦୁବାଇ: ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଚାମ୍ପିଅନ୍ସ ଟ୍ରଫିର ୯ମ ସଂସ୍କରଣ ପାଇଁ ପୁରସ୍କାର ରାଶି ଘୋଷଣା କରାଯାଇଛି। ୨୦୧୭ରେ ଶେଷଥର ପାଇଁ ଚାମ୍ପିଅନ୍ସ ଟ୍ରଫି ଆୟୋଜନ ହୋଇଥିଲା ଓ ପୁରସ୍କାର ରାଶି ୨୮.୮୮ କୋଟି ଅର୍ଥାତ୍‌ ପାଖାପାଖି ୨୯ କୋଟି ଟଙ୍କା ଥିଲା। ଏଥର ଏହା ଦୁଇଗୁଣାରୁ ଅଧିକ ଅର୍ଥାତ ୬୦ କୋଟି ଟଙ୍କାରେ ପହଞ୍ଚିଛି। ମୋଟ ଉପରେ ପୁରସ୍କାର ରାଶିରେ ୫୩ ପ୍ରତିଶତ ବୃଦ୍ଧି ହୋଇଛି। ଏଥର ଚାମ୍ପିଅନ ଦଳକୁ ୧୯.୪୬ କୋଟି ଟଙ୍କା ପ୍ରଦାନ କରାଯିବ। ସେହିପରି ଉପବିଜେତା ଦଳକୁ ୯.୭୩ କୋଟି, ସେମିଫାଇନାଲରେ ପରାସ୍ତ ହୋଇଥିବା ଦୁଇ ଦଳକୁ ୪.୮୬ କୋଟି ଟଙ୍କା ଲେଖାଏ ପ୍ରଦାନ କରାଯିବ। ୫ମ ଓ ୬ଷ୍ଠ ସ୍ଥାନରେ ରହିବାକୁ ଥିବା ଦଳକୁ ୩.୦୪ କୋଟି ଟଙ୍କା ଲେଖାଏ, ୭ମ ଓ ୮ମ ସ୍ଥାନ ଦଳରେ ରହିବାକୁ ଥିବା ଦଳଗୁଡିକୁ ୧.୨୧ କୋଟି ଟଙ୍କା ଲେଖାଏ ପ୍ରଦାନ କରାଯିବ। ଗ୍ରୁପ ପର୍ୟ୍ୟାୟରେ ପ୍ରତ୍ୟେକ ବିଜୟ ପାଇଁ ୨୯.୫ ଲକ୍ଷ ଟଙ୍କା ପୁରସ୍କାର ସ୍ୱରୂପ ପ୍ରଦାନ କରାଯିବ। ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣ କରୁଥିବାରୁ ସବୁ ଦଳକୁ ପାର୍ଟିସିପସନ ବାବଦରେ ୧.୦୮ କୋଟି ଟଙ୍କା ଲେଖାଏ ପ୍ରଦାନ କରାଯିବ।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ