ଚାଷୀଙ୍କ ବୀମା ରାଶି ୬୯ ହଜାର ୫୧୫ କୋଟି ଟଙ୍କାକୁ ବୃଦ୍ଧି ନିଷ୍ପତ୍ତି

ନୂଆଦିଲ୍ଲୀ: ବଢିଲା ‘ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା’ ସହାୟତା ରାଶି। ୨୦୨୫ର ପ୍ରଥମ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଚାଷୀଙ୍କ ବୀମା ରାଶି ୬୯ ହଜାର ୫୧୫ କୋଟି ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୦୨୫ର ପ୍ରଥମ କ୍ୟାବିନେଟ ବୈଠକ ପରେ, ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

ଏହି ବର୍ଷର ପ୍ରଥମ କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାର ଚାଷୀଙ୍କ ସହ ଜଡ଼ିତ ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି। ସାରା ଦେଶରେ ଚାଷ ଓ ଚାଷୀଙ୍କୁ ପ୍ରୋତ୍ସାହିତ ପାଇଁ ସହାୟତା ପ୍ରଦାନ କରିବାକୁ ବ୍ୟବସ୍ଥା ହୋଇଥିବା କହିଛନ୍ତି କେନ୍ଦ୍ରମନ୍ତ୍ରୀ। ଫସଲ ବୀମା ଯୋଜନାର ପରିସରକୁ ବ୍ୟାପକ କରିଛନ୍ତି ସରକାର। ଏଥିରେ ଆଉ ୪ କୋଟି କୃଷକଙ୍କୁ ଅନ୍ତର୍ଭୁକ୍ତ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହା ଫଳରେ ଫସଲ ନଷ୍ଟ ସମୟରେ ଆହୁରି ଅଧିକ କୃଷକଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇପାରିବ।ସେହିଭଳି ଡିଏପି ସାର ଉପରେ ୩,୮୫୦ କୋଟି ଟଙ୍କା ଅତିରିକ୍ତ ସବସିଡି ପ୍ରଦାନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିରେ କୃଷକମାନଙ୍କୁ ପୂର୍ବଭଳି ୧,୩୫୦ ଟଙ୍କାରେ ୫୦ କିଲୋଗ୍ରାମର ଡିଏପି ସାର ବସ୍ତା ମିଳିବ। ଆନ୍ତର୍ଜାତୀୟ ବଜାରରେ ଡିଏପି ସାର ମୂଲ୍ୟ ବୃଦ୍ଧି ସତ୍ତ୍ୱେ ଦେଶର କୃଷକଙ୍କୁ ଶସ୍ତାରେ ସାର ଯୋଗାଇବା ପାଇଁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଅନ୍ୟପଟେ ଡିଏପି ସାର ଉତ୍ପାଦନ କରୁଥିବା କମ୍ପାନିଗୁଡିକ ପାଇଁ କେନ୍ଦ୍ର ସରକାର ଏକ ସ୍ୱତନ୍ତ୍ର ପ୍ୟାକେଜ ଅନୁମୋଦନ କରିଛନ୍ତି। ସବସିଡି ବ୍ୟତୀତ ସରକାର କମ୍ପାନିଗୁଡ଼ିକୁ ଆର୍ଥିକ ସହାୟତା ମଧ୍ୟ ପ୍ରଦାନ କରିବେ।

  • Related Posts

    ଆସନ୍ତା ଆର୍ଥିକ ବର୍ଷରୁ ପ୍ଲାଷ୍ଟିକ୍‌ ନୋଟ୍‌

    ମୁମ୍ବାଇ: ଆସନ୍ତା ଆର୍ଥିକ ବର୍ଷ ୧ା ୨୦୨୭-୨୮ଠାରୁ ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଲକ୍ଷ୍ୟ ରଖିଛି। ଏ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯୋଜନା ଅନୁସାରେ ପରୀକ୍ଷଣ ସଫଳ…

    Continue reading
    ରେପୋରେଟ୍ ସ୍ଥିର ରଖିଲା RBI

    ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ମୁଦ୍ରାସ୍ପୀତି ବୈଠକରେ ବଡ଼ ନିଷ୍ପତ୍ତି ନେଇଛି । ରେପୋରେଟ୍ ହାରକୁ ୫.୨୫% ରେ ସ୍ଥିର ରଖିବାକୁ ନିଷ୍ପତ୍ତି ନେଇଛି ଆରବିଆଇ । ଯାହାର ଅର୍ଥ ହେଉଛି ଆପଣଙ୍କର EMI ବର୍ତ୍ତମାନ ପାଇଁ ହ୍ରାସ ପାଇବ ନାହିଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ