ଚାଷୀଙ୍କ ସ୍ୱାର୍ଥରେ ବାଧା ଆସିଲେ କ୍ଷମା ନାହିଁ, ଜେଲ ପଠାଯିବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଜେପି ପକ୍ଷରୁ ଆୟୋଜିତ ସମବାୟ ସପ୍ତାହ ପାଳନ ଉତ୍ସବରେ ଦୁର୍ନୀତିଖୋରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚେତାବନୀ । କହିଲେ,”ଚାଷୀଙ୍କ ସ୍ୱାର୍ଥରେ ବାଧା ଆସିଲେ କ୍ଷମା ନାହିଁ, ଜେଲ ପଠାଯିବ । ଡିସେମ୍ବର ୮ ତାରିଖରେ ସୋହେଲାରେ ୫୦ ହଜାର ଚାଷୀ ଏକାଠି ହେବେ । ଏଥର କଟନୀ ଛଟନୀ ବନ୍ଦ ।”ରାଜ୍ୟ କାର୍ୟ୍ୟାଳୟରେ ସମବାୟ ସପ୍ତାହ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି,”ଗତ ସରକାରରେ ଚାଷୀଙ୍କୁ ଅନ୍ୟାୟ ଓ ଶୋଷଣ କରାଯାଇଛି । କୋପରେଟିଭ ସଂସ୍ଥାକୁ କରପସନ ସଂସ୍ଥାରେ ପରିଣତ କରିଥିଲେ ପୂର୍ବ ବିଜେଡ଼ି ସରକାର । ଯେଉଁ ଦୁର୍ନୀତି ଓ ଭ୍ରଷ୍ଟାଚାର ହୋଇଥିଲା । କେମିତି ଦୁର୍ନୀତି ଯୁକ୍ତ ବିଭାଗରୁ ଦୁର୍ନୀତି ବନ୍ଦ କରି ସେବା ଦିଆଯିବ ,ଏହା ଉପରେ ବିଜେପି ସରକାର ଗୁରୁତ୍ବ ଦେଉଛନ୍ତି ।”ସେ ଆହୁରି ମଧ୍ୟ କହିଛନ୍ତି,”ଢୋଲ ଭିତରେ ମୂଷା ଭଳି କିଛି ଲୋକ ବିଶୃଙ୍ଖଳା କରିବା ପାଇଁ ଅଛନ୍ତି । ଯେଉଁମାନେ ଦୁର୍ନୀତି କରିବେ ସେମାନଙ୍କୁ ସରକାର ଚିହ୍ନଟ କରିବେ । ଚାଷୀଙ୍କ ସ୍ୱାର୍ଥରେ ବାଧା ଦେଲେ କ୍ଷମା ନୁହେଁ, ଜେଲ ପଠାଯିବ । ପୂର୍ବ ସରକାର ଭୋଟ ବ୍ୟାଙ୍କ୍ ପାଇଁ ଚାଷୀଙ୍କୁ ଧାନ ଏମଏସପି ଉପରେ ୧୦୦ ଟଙ୍କା ବୋନସ ଘୋଷଣା କରିଥିଲେ । କିନ୍ତୁ ଚାଷୀଙ୍କୁ ଗୋଟିଏ ଟଙ୍କା ବୋନସ ଦେଲେ ନାହିଁ । ବିଜେପି ସରକାର ଚାଷୀଙ୍କୁ ୮୦୦ ଟଙ୍କା ବୋନସ ଦେବେ । ୨୩୦୦ ଟଙ୍କା ସର୍ବନିମ୍ନ ସହାୟକ ମୂଲ୍ୟ ଚାଷୀ ପାଇବେ, ଏହାସହ ୮୦୦ ଟଙ୍କା ଇନପୁଟ ସବସିଡି ଦେବ ବିଜେପି ସରକାର । ଡିସେମ୍ବର ୮ ତାରିଖରେ ସୋହେଲାରେ ୫୦ ହଜାର ଚାଷୀ ଏକାଠି ହେବେ । ଏଥର କଟନୀ ଛଟନୀ ହେବ ନାହିଁ, ବନ୍ଦ ହେବ । ସେଥିପାଇଁ ଚାଷୀ ମାନେ ଏଫଏକ୍ୟୁ ମାନର ଧାନ ଦେବେ । ଧାନ କିଣାରେ ଯେମିତି କିଛି ବ୍ୟତିକ୍ରମ ନହେବ, ଏଥିପାଇଁ ଜିଲ୍ଲାପାଳ ମାନଙ୍କୁ ତାଗିଦ ଏବଂ ନିର୍ଦ୍ଦେଶ ଦିଆଯାଇଛି । “

  • Related Posts

     ଆସନ୍ତା କାଲି ଦେଶର ୭୫୦ ଜିଲ୍ଲା ମୁଖ୍ୟାଳୟରେ ‘‘ବିକଶିତ ଭାରତ ସଂକଳ୍ପ ସଭା’’ଅନୁଷ୍ଠିତ ହେବ

    ଭାରତର ଗଣତାନ୍ତ୍ରିକ ଇତିହାସରେ ଏକ ଅତ୍ୟନ୍ତ ଗୌରବମୟ ଦିନ: ଶ୍ରୀ ମନମୋହନ ସାମଲ ଭୂବନେଶ୍ୱର, ତା.୦୬/୧୦: ସରକାରଙ୍କ ମୁଖ୍ୟ ଭାବରେ ନିରବଚ୍ଛିନ୍ନ ୨୫ ବର୍ଷର ଗୌରବମୟ ନେତୃତ୍ୱ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟ୍ ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ…

    Continue reading
    ଅସ୍ତିତ୍ୱ ହରାଇ ବିଜେଡି ଏବେ ‘ନିର୍ମୂଳୀ ଲତା’ସଦୃଶ

     ଇଣ୍ଡି ମେଂଟ ଓ କଂଗ୍ରେସର ନୈତିକତାର ବଡ଼ ବଡ଼ କଥା କେବଳ ରାଜନୈତିକ ଡ୍ରାମାବାଜି  ବିଜେଡି ଓ ‘ଇଣ୍ଡି’ ମେଂଟର ମଧୁଚନ୍ଦ୍ରିକା ବହୁ ପୁରୁଣା  ନିଜ ରାଜନୈତିକ ସ୍ୱାର୍ଥ ପାଇଁ ଏବେ ବିଭିନ୍ନ ସାହାରା ଖୋଜୁଛି ବିଜୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ