ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ପୁଣି ସମୟ ଦେଲେ ସରକାର

ଭୁବନେଶ୍ୱର: ଚିଟ୍‌ଫଣ୍ଡ କ୍ଷୁଦ୍ର ଜମାକାରୀଙ୍କ ପାଇଁ ବଡ଼ ଖବର । ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ପୁଣି ସମୟ ଦେଲେ ସରକାର। ଅଗଷ୍ଟ ୩୧ ଯାଏଁ ରହିବ ଜାରି ରହିବ ଫେରସ୍ତ ପ୍ରକ୍ରିୟା । ଏବେ ଟଙ୍କା ଫେରସ୍ତ ପାଇଁ ଆଉ ମୂଳ ରସିଦର ଆବଶ୍ୟକତା ନାହିଁ । ରାଜ୍ୟର କ୍ଷୁଦ୍ର ଜମାକାରୀମାନଙ୍କ ପାଇଁ ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗ ତରଫରୁ ଏକ ଆଶ୍ୱାସନାଜନକ ଖବର ପ୍ରକାଶ ପାଇଛି । ଚିଟ୍‌ଫଣ୍ଡ୍‌ ତଦନ୍ତ କମିଶନଙ୍କ ସୁପାରିଶ କ୍ରମେ, କ୍ଷୁଦ୍ର ଜମାକାରୀମାନଙ୍କୁ ସେମାନଙ୍କର ଜମା ଟଙ୍କା ଫେରସ୍ତ କରିବା ପ୍ରକ୍ରିୟାକୁ ଅଧିକ ସରଳ କରାଯାଇଛି । ବର୍ତ୍ତମାନ ଟଙ୍କା ଫେରସ୍ତ ପାଇବା ପାଇଁ ମୂଳ ଜମା ରସିଦ ଦାଖଲ କରିବାର କୌଣସି ଆବଶ୍ୟକତା ନାହିଁ । ବହୁ କ୍ଷୁଦ୍ର ଜମାକାରୀଙ୍କ ପାଖରେ ମୂଳ ଜମା ରସିଦ ଉପଲବ୍ଧ ନାହିଁ । ତେଣୁ କ୍ଷୁଦ୍ର ଜମାକାରୀ କେବଳ ପରିଚୟ ପତ୍ର ଦେଖାଇ ଜମା ଟଙ୍କା ପାଇ ପାରିବେ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ପୂର୍ବରୁ ଟଙ୍କା ଫେରସ୍ତ ପ୍ରକ୍ରିୟାର ଶେଷ ତାରିଖ ୩୧ ମାର୍ଚ୍ଚ ୨୦୨୬ ପର୍ୟ୍ୟନ୍ତ ଧାର୍ୟ୍ୟ କରାଯାଇଥିଲା । ମାତ୍ର ଅନେକ ଜମାକାରୀଙ୍କ ପାଖରେ ମୂଳ ରସିଦ ଉପଲବ୍ଧ ନଥିବାରୁ ସେମାନେ ଟଙ୍କା ଫେରି ପାଇବାରୁ ବଞ୍ଚିତ ହୋଇଥିଲେ । ଏହାକୁ ଦୃଷ୍ଟିରେ ରଖି ସରକାର ଏହି ଅବଧିକୁ ୩୧ ଅଗଷ୍ଟ ୨୦୨୬ ପର୍ୟ୍ୟନ୍ତ ବୃଦ୍ଧି କରିଛନ୍ତି ।

  • Related Posts

    ଏ ବର୍ଷ ଏଲ୍ ନିନୋ ପ୍ରଭାବରେ କମ୍ ବର୍ଷା ସମ୍ଭାବନା

    ଚଳିତ ବର୍ଷ ମୌସୁମୀ ପ୍ରବାହ ସମୟରେ ଏଲ୍ ନିନୋ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଚଳିତ ବର୍ଷ ମୌସୁମୀ ଋତୁ ଅର୍ଥାତ ଜୁନ୍ ରୁ ସେପ୍ଟମ୍ବର ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ…

    Continue reading
    ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଗଠିତ ବ୍ରିକ୍ସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆଜିଠାରୁ ପୁରୀରେ ଆରମ୍ଭ

    ଭୁବନେଶ୍ୱର: ଭାରତ ୨୦୨୬ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀ ବୈଠକର ଅଧ୍ୟକ୍ଷତା କରୁଥିବା ବେଳେ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ) ପକ୍ଷରୁ ପୁରୀ ଠାରେ ବ୍ରିକ୍ସ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆୟୋଜନ କରାଯାଉଛି । ଆଜି ଠାରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ