ନୂଆଦିଲ୍ଲୀ: ଦେଶର ଚିନି ଯୋଗାଣ ବଜାୟ ରଖିବା ପାଇଁ ସରକାର ତୁରନ୍ତ ଚିନି ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଆସନ୍ତା ସେପ୍ଟେମ୍ବର ୩୦ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ କେନ୍ଦ୍ର ସରକାରଙ୍କର ଏହି ନିଷ୍ପତ୍ତି ବଳବତ୍ତର ରହିବ। ଦେଶରେ ଚିନି ଯୋଗାଣ ବଜାୟ ରଖିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏକ ବିଜ୍ଞପ୍ତି ଜାରି କରି ସରକାର ତୁରନ୍ତ ଚିନି ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହି ପ୍ରତିବନ୍ଧକ ୨୦୨୬ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ସରକାରୀ ପଦକ୍ଷେପ ଏପରି ସମୟରେ ଆସିଛି ଯେତେବେଳେ ଘରୋଇ ବଜାରରେ ଚିନି ମୂଲ୍ୟ ଉପରେ ଚାପ ବଢ଼ୁଛି। ରପ୍ତାନି ଉପରେ ପ୍ରତିବନ୍ଧକ ଦେଶ ଭିତରେ ଉନ୍ନତ ଯୋଗାଣ ସୁନିଶ୍ଚିତ କରିବ ଏବଂ ମୂଲ୍ୟ ନିୟନ୍ତ୍ରଣରେ ରଖିବ।
ଆଜି ଗୋଟିଏ ମଞ୍ଚରେ ଏକାଠି ହେବେ ମୋଦୀ ଓ ଟ୍ରମ୍ପ
ଆଜି ଗୋଟିଏ ମଞ୍ଚରେ ଏକାଠି ହେବେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଫିଲିପାଇନ୍ସର ରାଜଧାନୀ ମନିଲାରେ ଆଜି ଆୟୋଜିତ ହେବ କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ । ଏହି ବୈଠକରେ ମୋଦୀ ଓ…






