ଚିଲିକାରେ ଆରମ୍ଭ ହେଲା ଡଲଫିନ ଗଣନା

ଚିଲିକା: ସାତପଡ଼ା ଚିଲିକାରେ ଆରମ୍ଭ ହେଲା ଡଲଫିନ ଗଣନା। ତିନିଦିନ ଧରି ଚାଲିବ ଡଲଫିନ ଗଣନା । ଭୋର ୬ଟା ରୁ ଆରମ୍ଭ କରି ଦିନ ୧୨ଟା ପର୍ୟ୍ୟନ୍ତ ଚାଲିବ ଡଲଫିନ ଗଣନା। ଏହି ଗଣନାରେ ମୋଟ ୧୮ ଟିମ୍ ସାମିଲ ହୋଇଛନ୍ତି। ସାତପଡ଼ାରୁ ୮ ଟିମ୍ ନାର୍ଦନ ଆଉଟର ଚ୍ୟାନେଲ ଓ ବାଲୁଗାଁ ରୁ ୧୦ ଟିମ୍ ସେଣ୍ଟ୍ରାଲ ସର୍ଦାନ ଚ୍ୟାନେଲରେ ଗଣନା କରିବ ।

ସୂଚନାନୁଯାୟୀ, ସାତପଡ଼ା ରେଞ୍ଜ ପଟୁ ୮ଟି ଦଳ ଏବଂ ବାଲୁଗାଁ ରେଞ୍ଜ ପଟୁ ୧୦ ଟି ଦଳ ମୋଟ ୧୮ ଟି ଦଳ ଡଲଫିନ ଗଣନା ଜାରି ରଖିଥିବା ସହକାରୀ ବନ ସଂରକ୍ଷକ ପ୍ରମୋଦ କୁମାର ସେଠୀ ପ୍ରକାଶ କରିଛନ୍ତି। ଗୋଟାଏ ଦଳରେ ୮ ରୁ ୯ ଜଣ ଗଣନାକାରୀ ରହିଛନ୍ତି। ଏହି ଗଣନା ପ୍ରକ୍ରିୟାରେ ସିଡିଏର କର୍ମଚାରୀ, ବନ କର୍ମଚାରୀ, ଡଲଫିନ ବିଶେଷଜ୍ଞ, ସ୍ବେଚ୍ଛାସେବୀ, ପରିବେଶବିତଙ୍କ ସହିତ ବୋଟ୍ ଚାଳକ ସାମିଲ ହୋଇଛନ୍ତି । ଜିପିଏସ, ବାଇନାକୁଲାର, ରେଞ୍ଜ ଫାଇଣ୍ଡର ଦ୍ୱାରା ଗଣତି କରାଯାଉଛି।
ଆଜି ମିଳିତ ଭାବେ ସମସ୍ତ ଗଣନାକାରୀ ଗଣନା କରି ସାରିବା ପରେ ଅବଶିଷ୍ଟ ଦୁଇ ଦିନ କେବଳ ବନ୍ୟପ୍ରାଣୀ ବିଭାଗର କର୍ମଚାରୀମାନେ ପୁନଃ ଗଣନା କରିବେ। ସକାଳ ୬ ଟାରୁ ଦିବା ୧୨ଟା ପର୍ୟ୍ୟନ୍ତ ଡଲଫିନ୍ ଗଣନା କରାଯିବ। ଗଣନା ସମୟରେ ଡଲଫିନ୍ ଚଳପ୍ରଚଳ କରୁଥିବା ସ୍ଥାନ ମାନଙ୍କରେ ଅନ୍ୟାନ୍ୟ ଡଙ୍ଗା ଚଳାଚଳ ଉପରେ ରୋକ୍ ଲଗାଇବା ସହିତ ପର୍ୟ୍ୟଟକଙ୍କୁ ପ୍ରଶାସନ ପକ୍ଷରୁ ବାରଣ କରାଯାଇଛି।

  • Related Posts

    ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ପୁରୀ: ଶ୍ରୀମନ୍ଦିରରେ ଆଜି ପାଳନ ହେଉଛି ପବିତ୍ର ଦଶହରା ତଥା ବିଜୟା ଦଶମୀ । ଏହି ଅବସରରେ ଭକ୍ତମାନଙ୍କୁ ସୁନାବେଶ ତଥା ରାଜରାଜଶ୍ୱେର ବେଶରେ ସଜ୍ଜିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ…

    Continue reading
    ଅପରାଧୀଙ୍କୁ ତାଙ୍କ ଭାଷାରେ ଜବାବ ଦିଆଯିବ: ପୋଲିସ ଡିଜି

    କଟକ: ‘ନକ୍ସଲ ହୁଅନ୍ତୁ କିମ୍ବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ କିମ୍ବା ଯେକୌଣସି ଅପରାଧୀ । ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ । ଏଥିପାଇଁ ପୋଲିସ ଶହୀଦ ହେବା ପାଇଁ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଜି(ବୁଧବାର) କଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି