ଛାତ୍ରୀଙ୍କୁ ଅସଦାଚରଣ: ୨ ଶିକ୍ଷକ ଗିରଫ

ଜଳେଶ୍ୱର: ସ୍କୁଲରେ ନବମ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ ମାମଲାରେ ଦୁଇ ଶିକ୍ଷକ ଗିରଫ ହୋଇଛନ୍ତି। ଚମାରଗାଁ ପୃଥୁନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ କୈଳାସ ଚନ୍ଦ୍ର ବେଜ ଓ ପ୍ରଧାନଶିକ୍ଷକ ଭବାନୀ ଶଙ୍କର ପାଳଙ୍କୁ ଗିରଫ କରିଛି ରାଇବଣିଆ ପୋଲିସ। ସହକାରୀ ଶିକ୍ଷକ କୈଳାସ ଚନ୍ଦ୍ର ବେଜ ଦୀର୍ଘ ଦିନ ଧରି ଛାତ୍ରୀଙ୍କୁ ଶ୍ରେଣୀରେ ଅସଦାଚରଣ କରିବା, ତାଙ୍କ ପ୍ରାଇଭେଟ ରୁମ୍‌କୁ ଡାକିବା ଓ ବିଭିନ୍ନ ଧମକ ଚମକ ଦେଉଥିଲେ। ଛାତ୍ରୀଙ୍କ ମାଆଙ୍କ ଅଭିଯୋଗ ମୂଳେ ରାଇବଣିଆ ପୋଲିସ ଗତକାଲି ବିଳମ୍ବିତ ରାତିରେ ଗିରଫ କରିଛି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ରାଇବଣିଆ ଥାନା ଅଞ୍ଚଳରେ, ଚମାର ଗାଁସ୍ଥିତ ପୃଥୁନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ କୈଳାସ ଚନ୍ଦ୍ର ବେଜ୍‌ ଏକ ନବମ ଶ୍ରେଣୀ ଛାତ୍ରୀକୁ କ୍ଲାସ୍‌ରେ ପାଠ ପାଇବା ସମୟରେ ଛାତ୍ରୀଙ୍କ ଶରୀରରେ ବିଭିନ୍ନ ସ୍ଥାନରେ ହାତ ମାରିବା ଓ ଅଶାଳୀନ ଇଙ୍ଗିତ କରିବା ସହିତ ନିଜର ବ୍ୟକ୍ତିଗତ କୋଠରିକୁ ଡାକିଥିଲେ। ଏନେଇ ଛାତ୍ରୀ ଜଣକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭବାନୀ ଶଙ୍କର ପାଳଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ ସେ କୌଣସି ପଦକ୍ଷେପ ନେଇ ନ ଥିଲେ। ଗତ ଦୁଇ ଦିନ ତଳେ ଛାତ୍ରୀ ଜଣକ ନିଜ ମା’କୁ ଏ ସମ୍ପର୍କରେ ଜଣାଇ ଥିଲେ। ଗତ ରବିବାର ସନ୍ଧ୍ୟାରେ ଛାତ୍ରୀଙ୍କ ମା’ ରାଇବଣିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହି ଅଭିଯୋଗ ମୂଳେ ରାଇବଣିଆ ପୋଲିସ ସହକାରୀ ଶିକ୍ଷକ କୈଳାସ ଚନ୍ଦ୍ର ବେଜ ଓ ପ୍ରଧାନଶିକ୍ଷକ ଭବାନୀ ଶଙ୍କର ପାଳଙ୍କ ଗିରଫ କରିଛନ୍ତି।

  • Garvita Odia

    Related Posts

    ଦାଦା, ଖୁଡି, ଭଉଣୀକୁ ହାଣିଲା ପୁତୁରା, ୨ ମୃତ

    ପଦ୍ମପୁର: ଛତୁ ପାଇଁ ହତ୍ୟାକାଣ୍ଡ। ଦାଦା, ଖୁଡି, ଭଉଣୀକୁ ଟାଙ୍ଗିଆରେ ହାଣିଲା ପୁତୁରା । ଥାନାରେ କଲା ଆତ୍ମସମର୍ପଣ। ଘଟଣାରେ ଖୁଡି ଓ ଭଉଣୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଦାଦାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି।ପଦ୍ମପୁର ଥାନା ଅନ୍ତର୍ଗତ…

    ଥାନାରେ ବିଷ ପିଇ ଦେଲେ ଯୁବତୀ

    ନୟାଗଡ଼ ଇଟାମାଟି ଥାନା ପରିସରରେ ଘଟିଛି ଅଭାବନୀୟ ଘଟଣା। ଏଠାରେ ଜଣେ ଯୁବତୀ ନ୍ୟାୟ ଦାବିରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପ୍ରେମ ବ୍ୟାପାରକୁ ନେଇ ସେ ଏପରି କରିଛନ୍ତି। ବିଷ ପିଇବା ଯୋଗୁ ତାଙ୍କ ଅବସ୍ଥା ଗୁରୁତର ରହିଛି।…

    Leave a Reply

    Your email address will not be published. Required fields are marked *

    You Missed

    ସୋଆ ପକ୍ଷରୁ ଉଦ୍ଭାବନକୁ ନେଇ ଏଆଇସିଟିଇ ପ୍ରାୟୋଜିତ ଏଫ୍ଡିପି ଆୟୋଜିତ

    ସୋଆ ପକ୍ଷରୁ ଉଦ୍ଭାବନକୁ ନେଇ ଏଆଇସିଟିଇ ପ୍ରାୟୋଜିତ ଏଫ୍ଡିପି ଆୟୋଜିତ

    ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

    ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

    ଏଥର କେବଳ ଅଧିକାରୀ ନୁହେଁ ନିଜେ ମନ୍ତ୍ରୀ ଯିବେ କୋଟିଆ:ମନ୍ତ୍ରୀ

    ଏଥର କେବଳ ଅଧିକାରୀ ନୁହେଁ ନିଜେ ମନ୍ତ୍ରୀ ଯିବେ କୋଟିଆ:ମନ୍ତ୍ରୀ

    ଦାଦା, ଖୁଡି, ଭଉଣୀକୁ ହାଣିଲା ପୁତୁରା, ୨ ମୃତ

    ଦାଦା, ଖୁଡି, ଭଉଣୀକୁ  ହାଣିଲା ପୁତୁରା, ୨ ମୃତ

    ଆଉ ନାହାନ୍ତି କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭିଏସ୍‌ ଅଚ୍ୟୁତାନନ୍ଦ

    ଆଉ ନାହାନ୍ତି  କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭିଏସ୍‌ ଅଚ୍ୟୁତାନନ୍ଦ