ଛାତ୍ରୀଙ୍କୁ ଦୁଷ୍କର୍ମ ଓ ଅଶ୍ଲୀଳ ଭିଡିଓ ଭାଇରାଲ ମାମଲା; ଅଧ୍ୟାପକଙ୍କୁ ୨୦ ବର୍ଷ କାରାଦଣ୍ଡାଦେଶ

ରାଇରଙ୍ଗପୁର: ମୟୂରଭଞ୍ଜ ଆଡ଼ ହକ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ତଥା ସ୍ୱତନ୍ତ୍ର ଫାଷ୍ଟ ଟ୍ରାକ ପକ୍ସୋ କୋର୍ଟରେ ଏକ କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ତାଙ୍କର ଅଶ୍ଲୀଳ ଭିଡ଼ିଓ ଭାଇରାଲ ମାମଲାର ରାୟ ପ୍ରକାଶ ପାଇଛି । ବିଚାରପତି ସନ୍ତୋଷ କୁମାର ନାୟକ ଏହାର ବିଚାର କରି ଅଭିଯୁକ୍ତକୁ ୨୦ବର୍ଷର କାରାଦଣ୍ଡରେ ଦଣ୍ଡିତ କରିବା ସହିତ ୨,୧୦,୦୦୦ ଟଙ୍କା ଜରିମାନା କରିଛନ୍ତି । ଜରିମାନା ଅନାଦେୟ ଅଧିକ ୨ବର୍ଷ ୬ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ ରହିଛି । ଦୋଷୀ ଜଣକ ହେଲେ ମୟୂରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ବୁଢ଼ୀମୁହାଁଣ ଅମ୍ରଦା ଗ୍ରାମର ମାନସ ରଞ୍ଜନ ବାରିକ (୨୭) ।

ସୂଚନାଯୋଗ୍ୟ, ମୟୂରଭଞ୍ଜ ଜିଲ୍ଲାର ଉଦଳା ସ୍ଥିତ ସାଇ ସାଧନା ଯୁକ୍ତ ଦୁଇ ମହାବିଦ୍ୟାଳୟରେ ମାନସ ଅଧ୍ୟାପକ ଭାବେ କାର୍ୟ୍ୟରତ ଥିଲେ। ସେଠାରେ ଜୈନିକା ନାବାଳିକା ଛାତ୍ରୀଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ସୃଷ୍ଟି ହୋଇଥିଲା । ଅନେକ ସମୟରେ ନାବାଳିକାଙ୍କ ସହିତ ଶାରୀରିକ ସମ୍ପର୍କ ରଖିଥିବା ବେଳେ ଲୁଚାଇ କରି ଉକ୍ତ ସମୟର ଭିଡ଼ିଓ ଏବଂ ଫୋଟ ଉତ୍ତୋଳନ କରି ରଖିଥିଲେ । ଏହାପରେ ଅଧ୍ୟାପକ ମାନସ ନାବାଳିକାକୁ ଶାରୀରିକ ସମ୍ପର୍କ ରଖିବାକୁ କହିଥିଲେ। କିନ୍ତୁ ସେ ରାଜି ନହେବାରୁ ଅଶ୍ଲୀଳ ଭିଡ଼ିଓ ଭାଇରାଲ କରି ଦେବାର ଧମକ ଦେଇଥିଲା । ଏନେଇ ନାବାଳିକା ଜଣକ ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ ଜଣାଇବାରୁ ସମସ୍ତ ଅଶ୍ଲୀଳ ଭିଡିଓ ଓ ଫୋଟକୁ ମାନସ ଭାଇରାଲ କରି ଦେଇଥିଲେ ।ଏ ବାବଦରେ ପୀଡିତାଙ୍କ ପରିବାର ଲୋକେ ୨୦୨୨ ମସିହା ମାର୍ଚ୍ଚ ମାସ ୨୯ ତାରିଖ ଦିନ ବାରିପଦା ଟାଉନ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ କ୍ରମେ ପୋଲିସ କେସ ନଂ ୧୯୪/୨୨ ରେ ଏକ ମାମଲା ରୁଜୁ କରି ପୀଡିତାର ବୟାନ ରେକର୍ଡ କରିଥିଲେ । ପରେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ପୋଲିସ ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ