ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା, ପୀଡ଼ିତାଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବେ ସରକାର

ବାଲେଶ୍ବର: ଏଫ୍‌ଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା। ପୀଡ଼ିତାଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବାକୁ ସରକାର ଘୋଷଣା। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ଏହା ସହ ମନ୍ତ୍ରୀ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସୂଚନାଥାଉକି, ଶନିବାର ବାଲେଶ୍ବର ଫକୀରମୋହନ କଲେଜରେ ଜଣେ ଛାତ୍ରୀ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ବାଲେଶ୍ୱର ପରେ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି। ଛାତ୍ରୀଙ୍କ ଶରୀର ପ୍ରାୟ ୯୦ ଭାଗ ଜଳିଯାଇଥିବା ଜଣାପଡ଼ିଛି।ମିଳିଥିବା ସୂଚନା ଅନୁସାରେ, ଛାତ୍ରୀ ଜଣକ ଇଣ୍ଟିଗ୍ରେଟେଡ଼ ବିଇଡିର ଦ୍ୱିତୀୟ ବର୍ଷରେ ପାଠ ପଢୁଥିଲେ । ହେଲେ ଏଚଓଡି ସମୀର କୁମାର ସାହୁ ତାଙ୍କୁ କିଛି ଦିନ ଧରି ମାନସିକ ନିର୍ୟାତନା ଦେଉଥିଲେ। ଯାହାକୁ ସହିନପାରି ଛାତ୍ରୀ ଜଣକ ଆତ୍ମହତ୍ୟା କରିଛନ୍ତି।ତେବେ ଘଟଣାରେ କାର୍ୟ୍ୟାନୁଷ୍ଠାନ ନେଇ ବାଲେଶ୍ୱର ଫକୀରମୋହନ କଲେଜ ପ୍ରିନ୍ସିପାଲ ଦିଲ୍ଲୀପ ଘୋଷଙ୍କୁ ସସପେଣ୍ଡ କରାଯାଇଥିବାବେଳେ ଓ ଏଜୁକେସନ ବିଭାଗ ଐଙଊ ସମୀର ସାହୁଙ୍କୁ ସସ୍‌ପେଣ୍ଡ ସହ ଗିରଫ କରାଯାଇଛି ।

  • Garvita Odia

    Related Posts

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ଭୁବନେଶ୍ବର: ରାଜ୍ୟ ସରକାର କ୍ୟାବିନେଟ୍‌ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ବାସ୍ଥ୍ୟ, ଶକ୍ତି, ରାଜସ୍ବ , ଗୃହ…

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍। ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୁଲିସ ବ୍ୟବସ୍ଥା ହୋଇଛି। ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହେବେ ପୁଲିସ। ଖିଲାପକାରୀଙ୍କ ଉପରେ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର  କର୍ମଚାରୀ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ