ଛାତ୍ରୀଙ୍କ ପ୍ରସବ ଘଟଣା: ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ବୈଶିଙ୍ଗା: ମୟୂରଭଞ୍ଜଜିଲ୍ଲା ବେତନଟୀ ବ୍ଲକ ଅଧୀନ ଧନପୁରସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ(KGBV)ର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ପ୍ରସବ ଘଟଣାକୁ ନେଇ ଶିକ୍ଷା ବିଭାଗରେ ଚର୍ଚ୍ଚା ଜୋର ଧରିଛି। ଏହି ଘଟଣାରେ କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନମିତା ମାଝୀଙ୍କୁ ନିଲମ୍ବିତ କରାଯାଇଛି। ଅନ୍ୟପକ୍ଷରେ ପ୍ରସବ ପରେ ଚିକିତ୍ସାଧୀନ ନବଜାତ ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ, ଛାତ୍ରୀ ଜଣକ ସାତ ମାସର ଗର୍ଭବତୀ ଥିବାବେଳେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପ୍ରଥମେ ବେତନଟୀ ଡାକ୍ତରଖାନା ଏବଂ ପରେ ଉନ୍ନତ ଚିକିତ୍ସା ପାଇଁ ବାରିପଦାସ୍ଥିତ ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ବୁଧବାର ସକାଳେ ଛାତ୍ରୀ ଜଣକ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ନବଜାତ ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।ଏହି ଘଟଣାକୁ ନେଇ ମୟୂରଭଞ୍ଜ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ବେତନଟୀ ବ୍ଲକ ଶିକ୍ଷା ଅଧିକାରୀ ବିପ୍ଳବ କର ନିଲମ୍ବନ ଆଦେଶ ଜାରି କରିଛନ୍ତି। OCS (CCA) ନିୟମ, ୧୯୬୨ର ନିୟମ ୧୨ ଅନୁଯାୟୀ ନମିତା ମାଝୀଙ୍କୁ ନିଲମ୍ବିତ କରାଯାଇଛି। ନିଲମ୍ବନ ଅବଧିରେ ତାଙ୍କ ମୁଖ୍ୟାଳୟ ସାରିଆସ୍ଥିତ G.K. UPS ରହିବ ବୋଲି ଆଦେଶରେ ଉଲ୍ଲେଖ ରହିଛି।
ତେବେ ଛାତ୍ରୀଙ୍କ ଗର୍ଭଧାରଣ ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବରୁ ଅବଗତ ଥିଲେ କି ନାହିଁ, ତାହା ଏଯାଏ ସ୍ପଷ୍ଟ ହୋଇନାହିଁ। ଛାତ୍ରୀଙ୍କ ସୁରକ୍ଷା ଓ ଯତ୍ନ ନେବାରେ କୌଣସି ଅବହେଳା ହୋଇଥିଲା କି ନାହିଁ, ତାହା ମଧ୍ୟ ତଦନ୍ତସାପେକ୍ଷ। ଘଟଣାର ପ୍ରକୃତ ପୃଷ୍ଠଭୂମି ଓ ସମ୍ପୂର୍ଣ୍ଣ ସତ୍ୟାସତ୍ୟ ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ଆଶା କରାଯାଉଛି l

  • Related Posts

    ଭିଜିଲାନ୍ସ ଜାଲରେ ସବ୍-ରେଜିଷ୍ଟ୍ରାର

    ବାଲେଶ୍ୱର: ଆଜି ବାଲେଶ୍ୱର ଜିଲ୍ଲା ବାଲିଆପାଳ ସବ୍-ରଜିଷ୍ଟ୍ରାର (ଓ.ଆର୍.ଏସ୍) ମିସ୍ ମନିଷା ମିଶ୍ରଙ୍କୁ ଜଣେ କ୍ରେତାଙ୍କଠାରୁ ୭,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଟିମ୍ ହାତେରଙ୍ଗା ଧରିଛି। ମିଳିଥିବା ସୂଚନା ଅନୁଯାୟୀ, ଜଣେ କ୍ରେତା ‘ବାଜ୍ୟାପ୍ତି ସ୍ଥିତିବାନ୍’ କିସମର…

    Continue reading
    ରାଜ୍ୟ ସଡ଼କ ନୀତି-୨୦୨୫ରେ ସଂଶୋଧନ କଲେ ସରକାର

    ଭୁବନେଶ୍ଵର : ସଡ଼କ ଆଉ ସେତୁ ପ୍ରକଳ୍ପରେ ଆଉ ହେବନି ବିଳମ୍ବ । ଓଡ଼ିଶା ରାଜ୍ୟ ସଡ଼କ ନୀତି-୨୦୨୫ରେ ସଂଶୋଧନ କଲେ ସରକାର । ସଡ଼କ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟାନ୍ଵୟନକୁ ତ୍ଵରାନ୍ଵିତ କରିବା ଲକ୍ଷ୍ୟ । ଏଣିକି କୌଣସି ସଡ଼କ ପ୍ରକଳ୍ପର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି