ଛୁଆ ଆଗରେ ମା’କୁ ହତ୍ୟା

କଟକ : ଯୌତୁକ ପାଇଁ ବୋହୂକୁ ହତ୍ୟା କଲେ ଶାଶୁ ଘର​‌ ଲୋକେ। ଏଭଳି ଘଟଣା ସାମ୍ନାକୁ ଆସିଛି କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ଜରିପଡ଼ା ପଞ୍ଚାୟତର ସାମନ୍ତରାପୁର ଗାଁରେ। ୬ମାସର ଛୁଆ ଆଗରେ ମା’କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ପରିବାର ଲୋକେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଘର ଭିତରୁ ମୃତଦେହକୁ ଉଦ୍ଧାର କରାଯାଇଛି। ଶାଶୁଘର ଲୋକଙ୍କ ନାଁରେ ବାପଘର ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି। ଘଟଣା ପରେ ଶାଶୁଘର ଲୋକେ ଫେରାର ହୋଇଯାଇଥିବା ଜଣାପଡ଼ିଛି।

ସୂଚନା ମୁତାବକ, ସାମନ୍ତରାପୁର ଗାଁର ଏକ ବନ୍ଦ ଘରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା । ଏହି ଘଟଣା ପରେ ମହିଳାଙ୍କ ସ୍ୱାମୀ ଏବଂ ତାଙ୍କ ପରିବାର ଲୋକେ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ । ମହିଳାଙ୍କ ବାପଘର ଲୋକେ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିଥିଲେ । ସେଠାରେ ପହଞ୍ଚି ଝିଅର ମୃତଦେହ ଦେଖିବାକୁ ପାଇଥିଲେ । ଏହା ଦେଖି ଝିଅକୁ ହତ୍ୟା କରାଯାଇଥିବା ନେଇ ଟାଙ୍ଗି ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ ବାପଘର ଲୋକ । ଉକ୍ତ ଅଭିଯୋଗ ଆଧାରରେ ଘଟଣାର ତଦନ୍ତ ଚଳାଇଛି ଟାଙ୍ଗି ଥାନା ପୋଲିସ । ତଦନ୍ତ ପରେ ଘଟଣା ସମ୍ପର୍କରେ ଏଧିକ ତଥ୍ୟ ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି ।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ