ଜଗତସିଂହପୁର ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ

ଭୁବନେଶ୍ୱର: ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଜଗତସିଂହପୁର ଜିଲ୍ଲାର ଆସିଷ୍ଟାଣ୍ଟ କଲେକ୍ଟର ଉମେଶ ଚନ୍ଦ୍ର ଲେଙ୍କାଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଗତ ଏପ୍ରିଲ ୧୦ତାରିଖରେ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟର ଜଣେ ମହିଳା କର୍ମଚାରୀ ଏହି ଅସଦାଚରଣ ଅଭିଯୋଗ ଆଣିଥିଲେ। ଜିଲ୍ଲା ଅଭିଯୋଗ କମିଟି ଓ ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ରାଜ୍ୟ ସରକାର ଏହି ଆସିଷ୍ଟାଣ୍ଟ କଲେକ୍ଟରଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି।

ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଏହି ଘଟଣାରେ ସମ୍ପୃକ୍ତ ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ଲେଙ୍କାଙ୍କୁ ଚାକିରିରୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେବା ସହ ଆସନ୍ତା ୩ମାସ ମଧ୍ୟରେ ଜଣେ ମହିଳା ତଦନ୍ତକାରୀ ଅଫିସର ଓ ଜଣେ ମହିଳା ମାର୍ଶାଲିଂ ଅଫିସରଙ୍କ ମାଧ୍ୟମରେ ସମସ୍ତ ବିଭାଗୀୟ ତଦନ୍ତ ପ୍ରକ୍ରିୟା ଶେଷ କରିବାକୁ ତାଗିଦ୍ କରିଛନ୍ତି। ମହିଳା ସଶକ୍ତିକରଣ ପାଇଁ ସରକାର ବଦ୍ଧପରିକର ଓ ମହିଳା ହିଂସା-ନିର୍ୟାତନାକୁ ଆଦୌ ବରଦାସ୍ତ କରାଯିବ ନାହିଁ ବୋଲି ଶ୍ରୀ ପୂଜାରୀ କହିଛନ୍ତି।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ