ଜଗନ୍ନାଥଙ୍କ ପାଇଁ ଟ୍ରମ୍ପଙ୍କୁ ମନା କଲି: ମୋଦୀ

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ୱରରେ ଆୟୋଜିତ ବିଶାଳ ଜନସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜନତା ମଇଦାନର ଭବ୍ୟ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀ ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି । ୬୦ ପ୍ରକଳ୍ପର ଶିଳାନ୍ୟାସ ଏବଂ ୪୫ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକର ମୂଲ୍ୟ ୧୮ ହଜାର ୬୫୩ କୋଟି । କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ବିକଶିତ ଓଡ଼ିଶା ଓ ଭାରତ ଗଠନ ପାଇଁ ପ୍ରସ୍ତୁତ ‘ଭିଜନ ଡକ୍ୟୁମେଣ୍ଟ’ ପୁସ୍ତକ ଉନ୍ମୋଚନ କରିଛନ୍ତି । ଏହାସହ ‘ବରପୁତ୍ର ସମ୍ମାନ’ ଯୋଜନାର ଶୁଭାରମ୍ଭ, ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର ପୁସ୍ତିକା ଉନ୍ମୋଚନ କରିଛନ୍ତି । ସେହିପରି ୧୦୦ ଇ-ବସ୍‌ର ଶୁଭାରମ୍ଭ, ବୌଦ୍ଧକୁ ଟ୍ରେନ ଚଳାଚଳର ଶୁଭାରମ୍ଭ କରିଛନ୍ତି ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ‘ମୁଁ ଦୁଇ ଦିନ ତଳେ ଜି୭ ସମ୍ମିଳନୀ ପାଇଁ କାଡାନାରେ ଥିଲି । ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ମୋତେ ଫୋନ କରି ୱାଶିଂଟନ ଗସ୍ତ ପାଇଁ ଆମନ୍ତ୍ରଣ କରିଥିଲେ । ମୁଁ ଆମେରିକା ରାଷ୍ଟ୍ରପତିଙ୍କୁ ତାଙ୍କ ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇ କହିଥିଲି, ମହାପ୍ରଭୁଙ୍କ ମାଟିକୁ ଯିବା ମୋ ପାଇଁ ଅଧିକ ଜରୁରି । ମୁଁ ତାଙ୍କ ନିମନ୍ତ୍ରଣକୁ ନମ୍ରତା ସହ ଆଗ୍ରହ୍ୟ କଲି । ଆପଣଙ୍କ ପ୍ରେମ ମୋତେ ମହାପ୍ରଭୁଙ୍କ ମାଟିକୁ ଟାଣି ଆଣିଛି ।’

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ଡବଲ ଇଞ୍ଜିନ ସରକାର ଓଡ଼ିଶାର ଛବିକୁ ପୁରା ମଳିନ କରି ସାରିଲେଣି: ନବୀନ

    ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ସରକାରଙ୍କ ଉପରେ ଜୋରଦାର୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ