
ଭୁବନେଶ୍ୱର: ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଶେଷରେ ମିଳିଛି ଜାମିନ । ଖୋର୍ଦ୍ଧା ଜିଲ୍ଲା ଦୌରାଜଜ କୋର୍ଟ ତାଙ୍କୁ ଜାମିନ ମିଳିଛି । ବିଏମସିର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ ମରାଯିବା ଘଟଣା ଜଗନ୍ନାଥ ପ୍ରଧାନଙ୍କୁ ପୁଲିସ ଗିରଫ କରିଥିଲା । ଆତ୍ମସମର୍ପଣ ପରେ ପୁଲିସ ତାଙ୍କୁ ଗିରଫ କରିଥିଲା ।ତେବେ ବୁଧବାର ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ଶ୍ରୀ ପ୍ରଧାନଙ୍କୁ ଜାମିନ ପ୍ରଦାନ କରାଯାଇଛି । ଉଲ୍ଲେଖ ଥାଉ କି ବିଏମ୍ସିର ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣା ନେଇ ଜଗନ୍ନାଥ ପ୍ରଧାନ ବିବାଦରେ ଫସିଥିଲେ ।ଏହି ଘଟଣା ପରେ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ସଂଘ ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଆନ୍ଦୋଳନକୁ ଓହ୍ଲାଇଥିଲା । ଏହି ଘଟଣା ପରେ ଜଗନ୍ନାଥ ପ୍ରଧାନ ଭୁବନେଶ୍ବର ଡିସିପି ଅଫିସରେ ଆତ୍ମସମର୍ପଣ କରିଥିଲେ । ତାଙ୍କୁ ପୁଲିସ ଗିରଫ କରିଥିଲା ଜ୍ଝ ତାଙ୍କ ନାମରେ ସଙ୍ଗିନ ଦଫା ଲଗାଇ କମିସନରେଟ୍ ପୁଲିସ କୋର୍ଟ ଚାଲାଣ କରିଥିଲା । ଭୁବନେଶ୍ବର ଏସ୍ଡିଜେଏମ୍ କୋର୍ଟ ଜାମିନ ଖାରଜ କରିବା ପରେ ଶ୍ରୀ ପ୍ରଧାନଙ୍କୁ ଝାରପଡ଼ା ବିଚାର ବିଭାଗୀୟ ହାଜତକୁ ପଠାଇଦିଆଯାଇଥିଲା । ଏହାପରେ ଜାମିନ ଆବେଦନ କରିଥିଲେ ଜଗନ୍ନାଥ ଜ୍ଝ ଆଉ ଆଜି କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି ଜ୍ଝ
ସମାନ ମାମଲାରେ ପୁଲିସ ପୂର୍ବରୁ ୨୯ ନଂ ୱାର୍ଡ କର୍ପୋରେଟର ଅପରୂପ ନାରାୟଣ ରାଉତ, ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ, ସଚିକାନ୍ତ ସ୍ୱାଇଁ ଓ ସଞ୍ଜୀବ ମିଶ୍ରଙ୍କୁ ଗିରଫ କରିଥିଲା । ଆସନ୍ତା ୧୫ ତାରିଖରେ ଜିଲ୍ଲା ଦୌରାଜଜ୍ ଅଦାଲତରେ ସେମାନଙ୍କ ଜାମିନ୍ ଶୁଣାଣି ହେବ।