ଜଙ୍ଗଲରୁ ପୁଣି ମିଳିଲା ମାଈ ହାତୀଛୁଆର ମୃତଦେହ

କେନ୍ଦୁଝର: କେନ୍ଦୁଝର ବନ ବିଭାଗ କର୍ମଚାରୀ ଶନିବାର ତେଲକୋଇ ରେଞ୍ଜ ଅଞ୍ଚଳରୁ ଏକ ୧୦ ବର୍ଷ ହାତୀର ମୃତଦେହ ଉଦ୍ଧାର କରିଛି। ଶନିବାର ସକାଳେ ତେଲକୋଇ ରେଞ୍ଜ କନ୍ତଲାଇ ଗ୍ରାମ ନିକଟରୁ ଏହି ହାତୀଛୁଆର ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ବନ ବିଭାଗ କର୍ମଚାରୀ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ କାରଣ ଖୋଜୁଛି। ପାରିପାର୍ଶ୍ୱିକ ଅବସ୍ଥା ଓ ହାତୀ ଦେହରେ ଥିବା କ୍ଷତଚିହ୍ନ ଦେଖି ମୃତ୍ୟୁର କାରଣ ହାତୀ-ହାତୀ ମଧ୍ୟରେ ଲଢେଇ ବୋଲି ଡିଏଫ୍‌ଓ ଧନରାଜ ଏଚ୍‌.ଡି ସୂଚନା ଦେଇଛନ୍ତି।
ସୂଚନାନୁସାରେ, ପ୍ରାୟ ୫୪ ଟି ହାତୀ ସେହି ଅଞ୍ଚଳରେ ଦୀର୍ଘ ଦିନ ହେଲା ଦୁଇଟି ଦଳରେ ବୁଲୁଛନ୍ତି । ଫଳରେ ବ୍ୟାପକ କ୍ଷୟ କ୍ଷତି ଘଟାଇଥିବାରୁ ଲୋକେ ଆତଙ୍କ ହୋଇପଡ଼ିଛନ୍ତି। ଶୁକ୍ରବାର ରାତିରେ ହାତୀମାନଙ୍କ ମଧ୍ୟରେ ଲଢ଼େଇ ହୋଇଥିଲା। ଶନିବାର ସକାଳେ ମୃତ ହାତୀ ବିଷୟରେ ସୂଚନା ପାଇବା ପରେ ଜଙ୍ଗଲ ବିଭାଗର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ।
ମୃତ ହାତୀଟି ଏକ ଫସଲ କ୍ଷେତରେ ଦେଖିବାକୁ ମିଳିଥିଲା। ହାତୀ ଦେହରେ ଗଭୀର ଦାନ୍ତ କ୍ଷତ ଦେଖିବାକୁ ମିଳିଛି। ଏଣୁ ଏହାର ମୃତ୍ୟୁ ହାତୀ ହାତୀ ମଧ୍ୟରେ ଲଢ଼େଇ ବୋଲି ଆଶଙ୍କା କରାଯାଉଛି।
ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ପ୍ରାଣୀ ଚିକିତ୍ସକଙ୍କ ଏକ ଟିମ୍‌ ଆଜି ପୋଷ୍ଟ ମର୍ଟମ କରିଛନ୍ତି। ତେଲକୋଇ ଅଞ୍ଚଳରେ କିଛି ମାସ ମଧ୍ୟରେ ଏହାକୁ ମିଶାଇ ୩ ହାତୀର ମୃତ୍ୟୁ ହୋଇସାରିଲାଣି। ଯାହାକୁ ନେଇ ପରିବେଶମିତ୍‌ମାନେ ଚିନ୍ତାରେ ପଡ଼ିଛନ୍ତି।

  • Related Posts

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଭୁବନେଶ୍ୱର: ଶ୍ରୀମନ୍ଦିରେ ବାରମ୍ବର ହିଡେନ୍‍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍‍…

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ଭୁବନେଶ୍ୱର: ଏଣିକି ହଷ୍ଟେଲ୍‌ରେ ରହୁଥିବା ଛାତ୍ରଛାତ୍ରୀଙ୍କୁ ଡିଜିଟାଲ୍‌ ସ୍ୱାସ୍ଥ୍ୟକାର୍ଡ ପ୍ରଦାନ କରାଯିବ । ଏହି କାର୍ଡରେ ପିଲାଟିର ସ୍ୱାସ୍ଥ୍ୟ ସଂପର୍କିତ ସମସ୍ତ ତଥ୍ୟ ରେକର୍ଡ କରାଯିବ । ଏହାକୁ ଆଧାର କରି ତାର ଚିକିତ୍ସା କରାଯିବ । ଏପରି ସୂଚନା ଦେଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା