ଜଙ୍ଘରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟାଟୁ: ଥାନାରେ ମାମଲା

ଭୁବନେଶ୍ଵର : ଜଣେ ବିଦେଶିନୀଙ୍କ ଜଙ୍ଘରେ ଜଗନ୍ନାଥଙ୍କ ଚିତା କୁଟାଯିବା ଏବଂ ସାମାଜିକ ଗଣମାଧ୍ୟମରେ ଏହା ପ୍ରଘଟ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏଭଳି ଘଟଣାକୁ କିଛି ଜଗନ୍ନାଥ ପ୍ରେମୀ ତୀବ୍ର ବିରୋଧ କରିବା ସହ ସହିଦନଗର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଆଧାର କରି ପୁଲିସ ଏକ ମାମଲା ରୁଜୁ କରି ତନାଘନା ଆରମ୍ଭ କରିଛି। ପୁଲିସ ସୂଚନା ଅନୁସାରେ, ରବିବାର ସନ୍ଧ୍ୟାରେ ଏହି ଖବର ଜଣାପଡ଼ିବା ପରେ ସୁବ୍ରତ କୁମାର ମହାନ୍ତି ଥାନାରେ ଲିଖିତ ଅଭିଯୋଗ କରି ଦୃଢ଼ କାର୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି । ଘଟଣାର ତଦନ୍ତ କରାଯିବା ସହ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଥାନା ଅଧିକାରୀ କହିଛନ୍ତି । ସହିଦନଗର ଅଞ୍ଚଳର ଏକ ଟାଟୁ ଆର୍ଟ ଦୋକାନ ପକ୍ଷରୁ ବିଦେଶିନୀଙ୍କ ଜଙ୍ଘରେ ଚିତା କୁଟାଯାଇଥିବା ପ୍ରାଥମିକ ଅନୁସନ୍ଧାନରୁ ଜଣାପଡ଼ିଥିବା ବେଳେ ଏନେଇ ଅଧିକ ତଦନ୍ତ କରାଯାଉଛି।

  • Related Posts

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଆନ୍ତୁ ନାହିଁ ନହେଲେ ଦୁର୍ବଳ ହେବ ଦାନ୍ତ

    ବ୍ରଶ୍‌‌ କରିବାର ତୁରନ୍ତ ପରେ ଲୋକେ କିଛି ନା କିଛି ଖାଇଥାଆନ୍ତି। ହୁଏତ ସଭିଏଁ ଜାଣିନଥିବେ ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଉଚିତ ନୁହେଁ। ଏପରି କରିବା ଦ୍ୱାରା ଦାନ୍ତ ମାଢି ଉପରେ କୁପ୍ରଭାବ ପଡିବା ସହ ଦାନ୍ତ ସହ…

    Continue reading
    ଟେଡି ବିୟର୍ ର ଯତ୍ନ ନିଅନ୍ତୁ ନହେଲେ ରୋଗିଣା ହେବ ଶିଶୁ

    ଟେଡି ବିୟର୍ ସାରା ବିଶ୍ୱର ଶିଶୁଙ୍କ ପସନ୍ଦର ଖେଳନା। ଶିଶୁଟିଏ ଘରେ ରହୁ କି ବାହାରକୁ ଯାଇଥାଉ ସାଙ୍ଗରେ ଟେଡି ବିୟରକୁ ଧରି ଯାଇଥାଏ। ଏପରି କି ଖାଇବାଠାରୁ ଶୋଇବା ପର୍ୟ୍ୟନ୍ତ ପିଲା ପାଖରେ ଥାଏ ଟେଡି ବିୟର । ହେଲେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ