ଜଣାପଡ଼ିଲା ଦେବ୍ରିଗଡ଼ରେ ଠାବ ମହାବଳର ଗତିପଥ

ସମ୍ବଲପୁର: ଚଳିତ ନଭେମ୍ବର ମାସରେ ଓଡ଼ିଶାର ଦେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟରେ ଠାବ ହୋଇଥିବା ଏକ ବିରଳ ଅଣ୍ଡିରା ମହାବଳ ବାଘର ଗତିପଥ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଛତିଶଗଡ଼ ବନ ବିଭାଗ ପକ୍ଷରୁ ମିଳିଥିବା କ୍ୟାମେରା ଟ୍ରାପ୍‌ ଫଟୋ ଏବଂ ବାଘ ଦେହରେ ଥିବା ପଟା ଚିହ୍ନ (ଷ୍ଟ୍ରାଇପ୍‌ ପ୍ୟାଟର୍ନ)ର ବିଶ୍ଳେଷଣରୁ ଏହି ଅଣ୍ଡିରା ମହାବଳ ବାଘଟି ଛତିଶଗଡ଼ର ଉଦନ୍ତୀ-ସୀତାନଦୀ ବ୍ୟାଘ୍ର ସଂରକ୍ଷଣ କେନ୍ଦ୍ରରୁ ଆସିଥିବା ସ୍ପଷ୍ଟ ହୋଇଛି। ଏନେଇ ହୀରାକୁଦ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ (ଡିଏଫ୍‌ଓ) ଅଂଶୁପ୍ରଜ୍ଞା ଦାସ ସୂଚନା ଦେଇଛନ୍ତି।

ତାଙ୍କ ସୂଚନା ଅନୁଯାୟୀ, ଚଳିତ ବର୍ଷ ନଭେମ୍ବର ୯ ତାରିଖରେ ଉକ୍ତ ମହାବଳ ବାଘଟି ପ୍ରଥମେ ଦେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟରେ ଠାବ ହୋଇଥିଲା। ଛତିଶଗଡ଼ ବନ ବିଭାଗର ଅଧିକାରୀଙ୍କଠାରୁ ମିଳିଥିବା ତଥ୍ୟ ଅନୁଯାୟୀ, ଏହି ମହାବଳ ବାଘଟି ୨୦୨୫ ମସିହାରେ ପ୍ରାୟ ଛଅ ମାସ ଧରି ଉଦନ୍ତୀ-ସୀତାନଦୀ ବ୍ୟାଘ୍ର ସଂରକ୍ଷଣ କେନ୍ଦ୍ର ଅଞ୍ଚଳରେ ବିଚରଣ କରୁଥିବାର ଦୃଶ୍ୟ କ୍ୟାମେରା ଟ୍ରାପ୍‌ରେ କଏଦ ହୋଇଥିଲା। ବର୍ତ୍ତମାନ ଏହି ବାଘର ଗତିବିଧି ସମ୍ପର୍କିତ ଅଧିକ କ୍ୟାମେରା ଟ୍ରାପ୍‌ ତଥ୍ୟର ବିଶ୍ଳେଷଣ ଜାରି ରହିଛି।

ଅନ୍ୟପକ୍ଷରେ, ଏହି ମହାବଳ ବାଘଟି ମୂଳତଃ ମହାରାଷ୍ଟ୍ରରୁ ଆସିଥାଇପାରେ ବୋଲି ବନ ବିଭାଗର ଅଧିକାରୀମାନେ ଅନୁମାନ କରୁଛନ୍ତି। ତେବେ ମହାରାଷ୍ଟ୍ରରୁ ଏହାର ଯାତ୍ରା ଆରମ୍ଭ ହୋଇଥିବା ନେଇ ବର୍ତ୍ତମାନ ସୁଦ୍ଧା କୌଣସି କ୍ୟାମେରା ଟ୍ରାପ୍‌ ପ୍ରମାଣ ମିଳିପାରିନାହିଁ। ତେଣୁ ବାଘଟିର ପୂର୍ବ ଗତିବିଧି ଓ ସମ୍ପୂର୍ଣ୍ଣ ଯାତ୍ରାପଥ ସମ୍ପର୍କରେ ଅଧିକ ତଥ୍ୟ ହାସଲ କରିବା ପାଇଁ ଦେବ୍ରିଗଡ଼ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ (ଏନ୍‌ଟିସିଏ)ଙ୍କୁ ଅନୁରୋଧ କରାଯାଇଛି ବୋଲି ଡିଏଫ୍‌ଓ ଦାସ କହିଛନ୍ତି।

  • Related Posts

    ‘ଅକଭାନ୍’ର ଗତିପଥକୁ ନେଇ ସ୍କାଏମେଟ୍ ର ବଡ଼ ଆକଳନ

    ଭୁବନେଶ୍ୱର: ବାତ୍ୟା ‘ଅକଭାନ୍ ’ର ଗତିପଥକୁ ନେଇ ସ୍କାଏମେଟ୍ ର ବଡ଼ ଆକଳନ । ବାତ୍ୟା ପାଇଁ ୩ଟି ସମ୍ଭାବ୍ୟ ଗତିପଥ, ତାମିଲନାଡୁ-ଆନ୍ଧ୍ର, ପଶ୍ଚିମବଙ୍ଗ-ବଙ୍ଗଳାଦେଶ ଓ ମିଆଁମାର ଉପକୂଳକୁ ନେଇ ଆକଳନ । ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ‘ଅକଭାନ୍ ’ର ଗତିପଥକୁ…

    Continue reading
    ବାତ୍ୟା ପ୍ରଭାବ: ୧୮ରୁ ୨୦ ଯାଏଁ ଛେଚିବ ବର୍ଷା!

    ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶା ବର୍ଷା ପବନ ହୋଇପାରେ। ୧୮, ୧୯ ଏବଂ ୨୦ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାର କିଛି କିଛି ସ୍ଥାନରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !