ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ ଅବଧି ବୃଦ୍ଧି କରିଛନ୍ତି ସରକାର। ଯେଉଁ ଚାଷୀ ଧାନ ବିକି ପାରିନାହାନ୍ତି ସେମାନେ ଏହି ୭ ଦିନ ଭିତରେ ଧାନ ବିକ୍ରି କରିପାରିବେ। ମିଲରେ ଜାଗାର ଅଭାବ ପାଇଁ ଧାନ କିଣା ପ୍ରକ୍ରିୟା ଟିକେ ବିଳମ୍ବ ହୋଇଥିଲା। ଜଣେ ବି ଚାଷୀର ଧାନ ରହିବ ନାହିଁ। ସରକାର୍ ସମସ୍ତ ଧନ ଉଠାଇବେ। ଆସନ୍ତାବର୍ଷକୁ ଏପରି ସମସ୍ୟା ଯେପରି ନହେବ ସେନେଇ ସରକାର ବ୍ୟବସ୍ଥା କରୁଛନ୍ତି। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ମାର୍ଚ୍ଚ ୩୧ ଥିଲା ଧାନ କିଣା ଅବଧିର ଶେଷ ଦିନ ଥିଲା। ତେବେ ବୁଧବାର ଖରିଫ ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି କରଛନ୍ତି ରାଜ୍ୟ ସରକାର। କେହି ଚାଷୀ ନିରାଶ ହେବେନି । ସେଥିପାଇଁ ଧାନ କିଣା ଅବଧିକୁ ୭ଦିନ ପାଇଁ ବୃଦ୍ଧି କରାଗଲା । ବର୍ତ୍ତମାନ ସୁଦ୍ଧା ଖରିଫ ଋତୁରେ ୧୮ ଲକ୍ଷ ୬୪ ହଜାର ୪୧୮ଜଣ ଚାଷୀଙ୍କଠାରୁ ୭୭ ଲକ୍ଷ ମେଟ୍ରିକ ଟନ ଧାନ କିଣାସରିଛି । ଧାନ ସଂଗ୍ରହରେ ଏହା ସର୍ବକାଳୀନ ରେକର୍ଡ । ଏ ବାବଦକୁ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨୨ ହଜାର ୮୮୪ କୋଟି ଟଙ୍କା ପଠାଯାଇଛି । ଚଳିତବର୍ଷ ଧାନ ସଂଗ୍ରହ ପ୍ରକ୍ରିୟାରେ ଆରମ୍ଭରୁ ବିଭିନ୍ନ ସମସ୍ୟା ଉପୁଜିଥିଲା । ପଞ୍ଜିକରଣରୁ ନେଇ ଟୋକନ ପର୍ୟ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ଅଭିଯୋଗ ଆସିଥିଲା । ଧାନ କିଣା ନ ହେବାରୁ ଅନେକ ସ୍ଥାନରେ ଆନ୍ଦୋଳନ ବି ଦେଖା ଦେଇଥିଲା । ବିଧାନସଭା ବି ଏ ପ୍ରସଙ୍ଗରେ ସରଗରମ ରହିଥିଲା।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ