ଜନଜାତି ମାନଙ୍କ ବିକାଶ ପାଇଁ ସଦା ସ୍ମରଣୀୟ ରହିବେ କରେନ୍ଦ୍ର ଭାଇ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାଲିଗୁଡାର ପୂର୍ବତନ ବିଧାୟକ ସ୍ୱର୍ଗତ କରେନ୍ଦ୍ର ମାଝୀଙ୍କ ଶ୍ରଦ୍ଧାଞ୍ଜଳି ସଭା ଓ ସ୍ମୃତିଚାରଣ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ସ୍ୱର୍ଗତ କରେନ୍ଦ୍ର ମାଝୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜନଜାତି ମାନଙ୍କ ବିକାଶ ଓ ଜନଜାତି ଭାଷାର ଉନ୍ନତି ପାଇଁ ସ୍ୱର୍ଗତ କରେନ୍ଦ୍ର ମାଝୀ ସଦା ସ୍ମରଣୀୟ ରହିବେ ।ଭୁବନେଶ୍ୱର କଳିଙ୍ଗ ନଗର କଳିଙ୍ଗ ବିହାର ବିକାଶ ପରିଷଦ ପକ୍ଷରୁ କଳିଙ୍ଗ ବିହାର ଠାରେ ଆୟୋଜିତ ଏହି ସ୍ମତିଚାରଣ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ସ୍ୱର୍ଗତ କରେନ୍ଦ୍ର ମାଝୀ ସମାଜସେବା ଓ ଜିଲ୍ଲାବାସୀଙ୍କ କଲ୍ୟାଣ ଉଦ୍ଦେଶ୍ୟରେ ଆଜୀବନ ବ୍ରତୀ ଥିଲେ ବୋଲି କହିଛନ୍ତି । ଜନଜାତି ଭାଷାର ସେ ଜଣେ ପ୍ରସିଦ୍ଧ ଗବେଷକ ଥିଲେ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ୱର୍ଗତ କରେନ୍ଦ୍ର ମାଝୀ ଓଡିଆ ଲିପିରେ କୁଇ ଭାଷାରେ ‘ପିଲାଙ୍କ ରାମାୟଣ’, ଡ. ଆମ୍ୱେଦକରଙ୍କ ଜୀବନୀ ଏବଂ କୁଇ ଭାଷାର ଅଭିଧାନ ରଚନା କରିଛନ୍ତି । କନ୍ଧମାଳ ଜିଲ୍ଲା ବିଶେଷକରି ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ସ୍ୱର୍ଗତ କରେନ୍ଦ୍ର ମାଝୀ ଜିଲ୍ଲାବାସୀଙ୍କ ମନରେ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବେ ବୋଲି ସେ କହିଥିଲେ । କାର୍ୟ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଅନ୍ୟ ବରିଷ୍ଠ ନେତୃମଣ୍ଡଳୀ ସ୍ୱର୍ଗତ କରେନ୍ଦ୍ର ମାଝୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

  • Related Posts

    ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ

    ଭୁବନେଶ୍ୱର: ଓଡିଶା ପୋଲିସକୁ ମିଳିଲା ନୂଆ ଡିଜିପି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଶ୍ରୀ ମିଶ୍ର ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ୟ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ୍…

    Continue reading
    ଭୁବନେଶ୍ୱରରେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

    ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଲେ କୋଭିଡ୍‌ ଆକ୍ରାନ୍ତ। ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ।ଏହି କୋଭିଡ୍‌ ଆକ୍ରାନ୍ତଙ୍କ ଘର ବରମୁଣ୍ଡା ଅଞ୍ଚଳରେ। ତାଙ୍କୁ ୫୦ ବର୍ଷ ହୋଇଛି। ଏହା ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ