ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ଆରଏମ୍ଏଲ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ସତ୍ୟପାଲ ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିବାରୁ ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ମଙ୍ଗଳବାର ଅପରାହ୍ନ ୧ଟା ୨୦ମିନିଟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସତ୍ୟପାଲ ଦୀର୍ଘ ଦିନ ହେବ କିଡନୀ ରୋଗରେ ପୀଡିତ ଥିଲେ । ତାଙ୍କ ଅବସ୍ଥା ଗୁରୁତର ହେବାରୁ ମେ ୧୧ରେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଥିଲେ । ସତ୍ୟପାଲ ମଲ୍ଲିକ ୨୩ଅଗଷ୍ଟ ୨୦୧୮ରୁ ୩୦ଅକ୍ଟୋବର ୨୦୧୯ ପର୍ଯ୍ୟନ୍ତ ଜମ୍ମୁ-କାଶ୍ମୀରର ରାଜ୍ୟପାଳ ରହିଥିଲେ । ତାଙ୍କ କାର୍ଯ୍ୟକାଳ ସମୟରେ ଆଜିର ଦିନ ୫ଅଗଷ୍ଟ ୨୦୧୯ରେ ଜମ୍ମୁ-କାଶ୍ମରରୁ ଧାରା ୩୭୦ ଉଚ୍ଛେଦ କରାଯାଇଥିଲା । ୧୯୪୬ମସିହା ଜୁଲାଇ ୨୪ରେ ସତ୍ୟପାଲ ମଲ୍ଲିକ ଜନ୍ମଗ୍ରହଣ କରିଥିଲେ । ସେ ୨୦୧୮ରୁ ୨୦୧୯ ପର୍ଯ୍ୟନ୍ତ ଜମ୍ମୁ-କାଶ୍ମୀରର ଦଶମ ଏବଂ ଶେଷ ରାଜ୍ୟପାଳ ଥିଲେ । ଏହାସହିତ ସେ ଗୋଆ ଏବଂ ମେଘାଳୟର ରାଜ୍ୟପାଳ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ସତ୍ୟପାଲ ୧୯୭୪-୭୭ ପର୍ଯ୍ୟନ୍ତ ଉତ୍ତରପ୍ରଦେଶ ବିଧାନସଭାର ସଦସ୍ୟ ଥିଲେ । ୧୯୮୦-୮୬ ଏବଂ ୧୯୮୬-୮୯ପର୍ଯ୍ୟନ୍ତ ରାଜ୍ୟସଭାର ସଦସ୍ୟ ଓ ୧୯୮୯-୯୧ ପର୍ଯ୍ୟନ୍ତ ନବମ ଲୋକସଭାର ସଦସ୍ୟ ଥିଲେ । ଏହାସହିତ ସେ ବିହାରର ରାଜ୍ୟପାଳ ମଧ୍ୟ ହୋଇଥିଲେ । ୨୧ ମାର୍ଚ୍ଚ ୨୦୧୮ରୁ ମେ ୨୮ ୨୦୧୮ ପର୍ଯ୍ୟନ୍ତ ତାଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବରେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିଲା । ଅଗଷ୍ଟ ୨୦୧୮ରେ ତାଙ୍କୁ ଜମ୍ମୁ ଓ କାଶ୍ମୀରର ରାଜ୍ୟପାଳ ଭାବରେ ନିଯୁକ୍ତ କରାଯାଇଥିଲା ।
ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି
ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…




