ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ଆରଏମ୍ଏଲ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ସତ୍ୟପାଲ ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିବାରୁ ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ମଙ୍ଗଳବାର ଅପରାହ୍ନ ୧ଟା ୨୦ମିନିଟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସତ୍ୟପାଲ ଦୀର୍ଘ ଦିନ ହେବ କିଡନୀ ରୋଗରେ ପୀଡିତ ଥିଲେ । ତାଙ୍କ ଅବସ୍ଥା ଗୁରୁତର ହେବାରୁ ମେ ୧୧ରେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଥିଲେ । ସତ୍ୟପାଲ ମଲ୍ଲିକ ୨୩ଅଗଷ୍ଟ ୨୦୧୮ରୁ ୩୦ଅକ୍ଟୋବର ୨୦୧୯ ପର୍ଯ୍ୟନ୍ତ ଜମ୍ମୁ-କାଶ୍ମୀରର ରାଜ୍ୟପାଳ ରହିଥିଲେ । ତାଙ୍କ କାର୍ଯ୍ୟକାଳ ସମୟରେ ଆଜିର ଦିନ ୫ଅଗଷ୍ଟ ୨୦୧୯ରେ ଜମ୍ମୁ-କାଶ୍ମରରୁ ଧାରା ୩୭୦ ଉଚ୍ଛେଦ କରାଯାଇଥିଲା । ୧୯୪୬ମସିହା ଜୁଲାଇ ୨୪ରେ ସତ୍ୟପାଲ ମଲ୍ଲିକ ଜନ୍ମଗ୍ରହଣ କରିଥିଲେ । ସେ ୨୦୧୮ରୁ ୨୦୧୯ ପର୍ଯ୍ୟନ୍ତ ଜମ୍ମୁ-କାଶ୍ମୀରର ଦଶମ ଏବଂ ଶେଷ ରାଜ୍ୟପାଳ ଥିଲେ । ଏହାସହିତ ସେ ଗୋଆ ଏବଂ ମେଘାଳୟର ରାଜ୍ୟପାଳ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ସତ୍ୟପାଲ ୧୯୭୪-୭୭ ପର୍ଯ୍ୟନ୍ତ ଉତ୍ତରପ୍ରଦେଶ ବିଧାନସଭାର ସଦସ୍ୟ ଥିଲେ । ୧୯୮୦-୮୬ ଏବଂ ୧୯୮୬-୮୯ପର୍ଯ୍ୟନ୍ତ ରାଜ୍ୟସଭାର ସଦସ୍ୟ ଓ ୧୯୮୯-୯୧ ପର୍ଯ୍ୟନ୍ତ ନବମ ଲୋକସଭାର ସଦସ୍ୟ ଥିଲେ । ଏହାସହିତ ସେ ବିହାରର ରାଜ୍ୟପାଳ ମଧ୍ୟ ହୋଇଥିଲେ । ୨୧ ମାର୍ଚ୍ଚ ୨୦୧୮ରୁ ମେ ୨୮ ୨୦୧୮ ପର୍ଯ୍ୟନ୍ତ ତାଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବରେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିଲା । ଅଗଷ୍ଟ ୨୦୧୮ରେ ତାଙ୍କୁ ଜମ୍ମୁ ଓ କାଶ୍ମୀରର ରାଜ୍ୟପାଳ ଭାବରେ ନିଯୁକ୍ତ କରାଯାଇଥିଲା ।
ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ
ଢାକା ବାଂଲାଦେଶରେ ଶେଖ ହାସିନାଙ୍କ ଶାସନର ପତନର ଗୋଟିଏ ବର୍ଷ ପୂରଣ ଅଗଷ୍ଟ ୮ରେ ହେବାକୁ ଯାଉଛି। ଏହି ଅବସରରେ, ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ଦେଶକୁ ସମ୍ବୋଧିତ କରିଛନ୍ତି। ନିଜ ଅଭିଭାଷଣରେ, ସେ ଘୋଷଣା କରିଛନ୍ତି ଯେ, ଦେଶର…