ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ଆରଏମ୍‍ଏଲ୍‍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ସତ୍ୟପାଲ ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିବାରୁ ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ମଙ୍ଗଳବାର ଅପରାହ୍ନ ୧ଟା ୨୦ମିନିଟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସତ୍ୟପାଲ ଦୀର୍ଘ ଦିନ ହେବ କିଡନୀ ରୋଗରେ ପୀଡିତ ଥିଲେ । ତାଙ୍କ ଅବସ୍ଥା ଗୁରୁତର ହେବାରୁ ମେ ୧୧ରେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଥିଲେ । ସତ୍ୟପାଲ ମଲ୍ଲିକ ୨୩ଅଗଷ୍ଟ ୨୦୧୮ରୁ ୩୦ଅକ୍ଟୋବର ୨୦୧୯ ପର୍ଯ୍ୟନ୍ତ ଜମ୍ମୁ-କାଶ୍ମୀରର ରାଜ୍ୟପାଳ ରହିଥିଲେ । ତାଙ୍କ କାର୍ଯ୍ୟକାଳ ସମୟରେ ଆଜିର ଦିନ ୫ଅଗଷ୍ଟ ୨୦୧୯ରେ ଜମ୍ମୁ-କାଶ୍ମରରୁ ଧାରା ୩୭୦ ଉଚ୍ଛେଦ କରାଯାଇଥିଲା । ୧୯୪୬ମସିହା ଜୁଲାଇ ୨୪ରେ ସତ୍ୟପାଲ ମଲ୍ଲିକ ଜନ୍ମଗ୍ରହଣ କରିଥିଲେ । ସେ ୨୦୧୮ରୁ ୨୦୧୯ ପର୍ଯ୍ୟନ୍ତ ଜମ୍ମୁ-କାଶ୍ମୀରର ଦଶମ ଏବଂ ଶେଷ ରାଜ୍ୟପାଳ ଥିଲେ । ଏହାସହିତ ସେ ଗୋଆ ଏବଂ ମେଘାଳୟର ରାଜ୍ୟପାଳ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ସତ୍ୟପାଲ ୧୯୭୪-୭୭ ପର୍ଯ୍ୟନ୍ତ ଉତ୍ତରପ୍ରଦେଶ ବିଧାନସଭାର ସଦସ୍ୟ ଥିଲେ । ୧୯୮୦-୮୬ ଏବଂ ୧୯୮୬-୮୯ପର୍ଯ୍ୟନ୍ତ ରାଜ୍ୟସଭାର ସଦସ୍ୟ ଓ ୧୯୮୯-୯୧ ପର୍ଯ୍ୟନ୍ତ ନବମ ଲୋକସଭାର ସଦସ୍ୟ ଥିଲେ । ଏହାସହିତ ସେ ବିହାରର ରାଜ୍ୟପାଳ ମଧ୍ୟ ହୋଇଥିଲେ । ୨୧ ମାର୍ଚ୍ଚ ୨୦୧୮ରୁ ମେ ୨୮ ୨୦୧୮ ପର୍ଯ୍ୟନ୍ତ ତାଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବରେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିଲା । ଅଗଷ୍ଟ ୨୦୧୮ରେ ତାଙ୍କୁ ଜମ୍ମୁ ଓ କାଶ୍ମୀରର ରାଜ୍ୟପାଳ ଭାବରେ ନିଯୁକ୍ତ କରାଯାଇଥିଲା ।

  • Related Posts

    ରାଜନୀତିରେ ଏଣ୍ଟ୍ରି ମାରିଲେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ

    ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଏମ୍‌ ନାଗେଶ୍ୱର ରାଓ ଶନିବାର ବାରାଣସୀଠାରେ ‘ସର୍ବଜନ ସନାତନ ପାର୍ଟି’ର ଜାତୀୟ ଅଧ୍ୟକ୍ଷ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏମ୍‌ ନାଗେଶ୍ୱର ରାଓ ସୁରକ୍ଷା, ଆଇନ ଶୃଙ୍ଖଳା ଏବଂ ପ୍ରଶାସନିକ କ୍ଷେତ୍ରରେ ପ୍ରାୟ ଚାରି ଦଶନ୍ଧି…

    Continue reading
    ‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ

    ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା ପାଇଁ ‘ସତ୍ୟାଗ୍ରହ’ ନାମକ ଏକ ଡିଜିଟାଲ ପ୍ଲାଟ୍‌ଫର୍ମ ଶୁଭାରମ୍ଭ କରିଛନ୍ତି। ‘X’ରେ ଏକ ପୋଷ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ