ଜରୁରୀକାଳୀନ ପରିସ୍ଥିତି ସମୟରେ ବନ୍ଦୀମାନଙ୍କୁ ମାସିକ ପେନସନ

ଭୁବନେଶ୍ୱର: 25 ଜୁନ 1975 ମସିହାରୁ 21 ମାର୍ଚ୍ଚ 1977 ମସିହା ପର୍ଯ୍ୟନ୍ତ ଜାତୀୟ ଜରୁରୀକାଳୀନ ପରିସ୍ଥିତି ସମୟରେ MISA, DIR ଏବଂ DISIR ପ୍ରଭୃତି ଆଇନ ବଳରେ ଗିରଫ ହୋଇଥିବା ବନ୍ଦୀମାନଙ୍କୁ ସରକାରଙ୍କ ଦ୍ୱାରା ମାସିକ ପେନସନ ଦେବାପାଇଁ ଗତ ସ୍ୱାଧୀନତା ଦିବସରେ ଘୋଷଣା କରାଯାଇଥିଲା l
ସେହି ଘୋଷଣା ମୁତାବକ, ସରକାରଙ୍କ ଦ୍ୱାରା ଏକ ସଂକଳ୍ପ ପତ୍ର 13 ଜାନୁୟାରୀ 2025 ତାରିଖରେ ଜାରି କରାଯାଇଥିଲା l ସେହି ସଂକଳ୍ପ ପତ୍ରରେ ଜରୁରୀକାଳୀନ ପରିସ୍ଥିତି ସମୟରେ ବନ୍ଦୀ ହୋଇଥିବା ବ୍ୟକ୍ତିମାନଙ୍କୁ ଜିଲ୍ଲାପାଳମାନଙ୍କ ନିକଟରେ ଆବେଦନ କରିବାକୁ ଘୋଷଣା କରାଯାଇଥିଲା l ସମ୍ପୃକ୍ତ ଜିଲ୍ଲାପାଳମାନେ ବନ୍ଦୀମାନଙ୍କ ଠାରୁ ପ୍ରାପ୍ତ ହୋଇଥିବା ଆବେଦନ ପତ୍ର ଗୁଡିକୁ ଜିଲ୍ଲାସ୍ତରୀୟ କମିଟିରେ ତର୍ଜମା କରି ରାଜ୍ୟ ସ୍ତରୀୟ କମିଟିକୁ ପ୍ରେରଣ କରିଥାନ୍ତି l ଇତିମଧ୍ୟରେ ବିଭିନ୍ନ ଜିଲ୍ଲାରୁ ଆସିଥିବା ଜିଲ୍ଲା ସ୍ତରୀୟ କମିଟିର ନିଷ୍ପତ୍ତିକୁ ବିଚାରକରି ପ୍ରଥମ ପର୍ଯ୍ୟାୟରେ ଏକୋଇଶ (21) ଜଣଙ୍କୁ 01 ଜାନୁୟାରୀ 2025 ତାରିଖଠାରୁ ମାସିକ କୋଡ଼ିଏ ହଜାର ଟଙ୍କା ପେନସନ ଦେବା ପାଇଁ ରାଜ୍ୟସ୍ତରୀୟ କମିଟି ସୁପାରିଶ କରିଛନ୍ତି l ରାଜ୍ୟ ସରକାର ଇତି ମଧ୍ୟରେ ଏହାକୁ ଅନୁମୋଦନ କରିଛନ୍ତି lMISA, DIR ଏବଂ DISIR ବନ୍ଦୀମାନଙ୍କଠାରୁ ଗ୍ରହଣ ହୋଇଥିବା ଅନ୍ୟ ଆବେଦନ ପତ୍ରଗୁଡିକୁ ବିଚାର କରାଯାଇ ପରବର୍ତ୍ତୀ ପର୍ଯ୍ୟାୟରେ ସେହିମାନଙ୍କୁ ମଧ୍ୟ ଏହି ସୁବିଧା ପ୍ରଦାନ କରାଯିବ l

  • Related Posts

    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading
    ବାଣିଶ୍ରୀ ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ

    ଭୁବନେଶ୍ୱର: ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ବାଣିଶ୍ରୀ  ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ । ବୃତ୍ତି ଆବେଦନଗୁଡ଼ିକୁ ଶିକ୍ଷାନୁଷ୍ଠାନ ସ୍ତରରେ ବିଚାରକୁ ନେବା ପାଇଁ ୪୫ ଦିନର ସମୟସୀମା ଧାର୍ଯ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ