ଜରୁରୀ ସେବାକୁ ଇନ୍ଧନ ମନା କଲେ ଜେଲ୍‌

ଭୁବନେଶ୍ବର : ସ୍ୱାସ୍ଥ୍ୟସେବା, ଆମ୍ବୁଲାନ୍ସ, ଅଗ୍ନିଶମ ଭଳି ଗୁରୁତ୍ୱପୂର୍ଣ୍ଣ ସେବାଗୁଡ଼ିକ ବିଦ୍ୟୁତ ବିଭ୍ରାଟ ସମୟରେ ନିରବଚ୍ଛିନ୍ନ ବିଦ୍ୟୁତ ସଂଯୋଗ ପାଇଁ ଡିଜି ସେଟ୍‌ ଏବଂ ପରିବହନ ପାଇଁ ପେଟ୍ରୋଲ/ଡିଜେଲ ଉପରେ ନିର୍ଭର କରିଥାନ୍ତି। ଉପଯୁକ୍ତ ସମୟରେ ପେଟ୍ରୋଲ କିମ୍ବା ଡିଜେଲ ଅଭାବରୁ ଚିକିତ୍ସା ସେବା ଏବଂ ରୋଗୀସେବାରେ ପ୍ରତିକୂଳ ପ୍ରଭାବ ପଡ଼ିଥାଏ ଏବଂ ମାନବ ଜୀବନ ହାନି ମଧ୍ୟ ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ଖୋରଧା ଜିଲାପାଳ ତଥା ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଅଧ୍ୟକ୍ଷ ଅମ୍ରିତ ଋତୁରାଜ ବିପର୍ଯ୍ୟୟ ପରିଚାଳନା ଆଇନ, ୨୦୦୫ର ଧାରା ୩୪(ଇ) ଅନୁଯାୟୀ ଜିଲାର ସମସ୍ତ ତୈଳ ବିପଣନ କମ୍ପାନୀ, ଖୁଚୁରା ବିକ୍ରେତା ଏବଂ ଡିଲରମାନଙ୍କୁ ଅତ୍ୟାବଶ୍ୟକ ସେବା ପ୍ରଦାନକାରୀ ସଂସ୍ଥାଗୁଡ଼ିକୁ ଇନ୍ଧନ (ଡିଜେଲ/ପେଟ୍ରୋଲ) ଯୋଗାଣ କରିବାକୁ ନିର୍ଦେଶ ଜାରି କରିଛନ୍ତି।
ହସ୍ପିଟାଲ, ପଞ୍ଜିକୃତ ସ୍ୱାସ୍ଥ୍ୟସେବା ପ୍ରତିଷ୍ଠାନ, ଅଗ୍ନିଶମ ସେବା, ଆମ୍ବୁଲାନ୍ସ, ଶିକ୍ଷାନୁଷ୍ଠାନ ଛାତ୍ରାବାସ ପରି ସଂସ୍ଥାକୁ ଇନ୍ଧନ ଦେବା ପାଇଁ ଅନୁରୋଧକୁ ପ୍ରତ୍ୟାଖ୍ୟାନ କଲେ ଏହି ତୈଳ ଯୋଗାଣକାରୀ ସଂସ୍ଥା ଉପରେ ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ନିର୍ଦେଶର ଅବମାନନା କଲେ ଏକବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ କିମ୍ବା ଜୋରିମାନା ବା ଉଭୟ ଦଣ୍ଡରେ ଦଣ୍ଡିତ କରାଯିବ। ଏପରି ବାଧା ସୃଷ୍ଟି ଦ୍ୱାରା ଜୀବନ ହାନି କିମ୍ବା ଆକସ୍ମିକ ବିପଦ ସୃଷ୍ଟି ହେବାର ଆଶଙ୍କା ଥିବାରୁ ଏହି ଆଇନର କଠୋର ପାଳନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦେଶ ଦିଆଯାଇଛି।

  • Related Posts

    କ୍ରୁଜ ମିସାଇଲ- LRLACMର ସଫଳ ପରୀକ୍ଷଣ

    ଚାନ୍ଦିପୁର: ପ୍ରତିରକ୍ଷା ଗବେଷଣା କ୍ଷେତ୍ରରେ ଆଉ ଏକ ସଫଳତା । ଭୂପୃଷ୍ଠକୁ ନିକ୍ଷେପ କରାଯାଇ ପାରୁଥିବା ଦୂରଗାମୀ ଆକ୍ରମଣାତ୍ମକ କ୍ରୁଜ ମିସାଇଲ- LRLACM ର ସଫଳ ପରୀକ୍ଷଣ । ଗତକାଲି ଓଡ଼ିଶାର ଡକ୍ଟର ଏପିଜେ ଅବଦୁଲ କଲାମ ଦ୍ବୀପରୁ ଏହି କ୍ଷେପଣସାସ୍ତ୍ରର…

    Continue reading
    ବନ୍ଧା ହେଲେ ରସିକିଆ ପ୍ରଫେସର

    ରାଜଧାନୀରୁ ବନ୍ଧା ହେଲେ ରସିକିଆ ପ୍ରଫେସର । ଛାତ୍ରୀଙ୍କୁ ସେକ୍ସୁଆଲ ଫେଭର ମାଗିବା ମହଙ୍ଗା ପଡିଲା। ଅଭିଯୁକ୍ତ ପ୍ରଫେସର ହେଲେ ଅଜିତ ଗୁପ୍ତା । ସେ ଜଣେ ଭେଟେରେନାରି ଛାତ୍ରୀଙ୍କୁ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ ବାଧ୍ୟ କରିଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ