ଜର୍ଜ ତିର୍କୀଙ୍କୁ ଗାର୍ଡ ଅଫ ଅନର୍‌: ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ତଥା ୪ ଥରର ବିଧାୟକ, ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଜର୍ଜ ତିର୍କୀ ଆଉନାହାନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଛି। ଶନିବାର ବିଧାନସଭା ପରିସରରେ ଜର୍ଜ ତିର୍କୀଙ୍କୁ ଦିଆଯାଇଛି ଗାର୍ଡ ଅଫ ଅନର୍‌। ଏହା ସହିତ ଜର୍ଜ ତିର୍କୀଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସମେତ ବିଧାନସଭାର ଉପସ୍ଥିତ ସମସ୍ତ ସଦସ୍ୟ ମଧ୍ୟ ଶେଷ ଦର୍ଶନ କରିଛନ୍ତି।

ଜର୍ଜ ତିର୍କୀ ସୁନ୍ଦରଗଡ ଜିଲା ବୀରମିତ୍ରପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୯୯୫,୨୦୦୦,୨୦୦୯ଓ୨୦୧୪ରେ ଓଡ଼ିଶା ବିଧାନସଭାକୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସୁନ୍ଦରଗଡ ଜିଲାର ଆଦିବାସୀ ମାନଙ୍କ ଜଳ,ଜମି ,ଜଙ୍ଗଲ ଅଧିକାର ପାଇଁ ସେ ଲଢ଼େଇ କରି ଆସୁଥିଲେ। ସେ କିଛି ମାସ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ଶୁକ୍ରବାର ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଥିବାରୁ ତାଙ୍କୁ ପ୍ରଥମେ ରାଉରକେଲା ଓ ପରେ ସେଠାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ତାଙ୍କର ଶେଷକୃତ୍ୟ ବୀରମିତ୍ରପୁର ଝୁନୁମୁରସ୍ଥିତ ତାଙ୍କ ପୈତୃକ ଗ୍ରାମରେ ସମ୍ପନ୍ନ ହେବ। ତାଙ୍କ ପରଲୋକରେ ସୁନ୍ଦରଗଡ ଜିଲା ତଥା ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ