ସମ୍ବଲପୁର: ଦେବଝରଣ ଜଳପ୍ରପାତରେ ବୁଡି ଯାଇ ଦୁଇ ଡାକ୍ତରୀ ଛାତ୍ର-ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଯୁଯୁମୁରା ନିକଟସ୍ଥ ଦେବଝରଣ ଜଳପ୍ରପାତରେ ଗାଧୋଉଥିବାବେଳେ ଶନିବାର ଏହି ଅଘଟଣ ଘଟିଛି। ମୃତକ ଦୁଇ ଜଣ ଭୀମସାରର ବୋଲି ଜଣା ପଡିଛି। ମୃତ ଛାତ୍ରୀଙ୍କ ନାଁ ମୋନିକା ମୀନା ଓ ଛାତ୍ରଙ୍କ ନାଁ ସନ୍ଦୀପ ପୁରୀ। ସୂଚନା ଅନୁଯାୟୀ, ଆଜି ଦିନ ପ୍ରାୟ ୨ଟାରେ ଭୀମସାରର କିଛି ଛାତ୍ର ଛାତ୍ରୀ ଯୁଯୁମୁରା ଦେବଝରଣ ଜଳ ପ୍ରପାତକୁ ବୁଲି ଯାଇଥିଲେ । ସେଠାରେ ଗାଧେଇବା ବେଳେ ଜଳ ପ୍ରପାତର ଗଭୀର ଗାତକୁ ଚାଲି ଯାଇଥିଲେ । ଯାହା ଫଳରେ ଦୁଇ ଜଣ ଛାତ୍ର ଛାତ୍ରୀ ପାଣିରେ ବୁଡି ନିଖୋଜ ହୋଇଯାଇଥିଲେ । ତୁରନ୍ତ ସ୍ଥାନୀୟ ଲୋକେ ଖୋଜା ଖୋଜି କରିଥିଲେ । ହେଲେ କିଛି ପତ୍ତା ନ ମିଳିବାରୁ ଅଗ୍ନିଶମ ବିଭାଗ ଓ ପୋଲିସକୁ ଖବର ଦେଇଥିଲେ । ଅଗ୍ନିଶମ ବିଭାଗର କର୍ମଚାରୀ ଉଭୟ ଛାତ୍ର ଛାତ୍ରୀଙ୍କୁ ପାଣିରୁ ଉଦ୍ଧାର କରିଥିଲେ । ଉଭୟଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲକୁ ନେଇଥିଲେ, ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି
· ଦେଶର ମୋଟ୍ ୪ଟି ରେଳ ଲାଇନ୍ ସମ୍ପ୍ରସାରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି ଦ୍ୱାରା ଓଡ଼ିଶା, ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଆଠଟି ଜିଲ୍ଲା ହେବେ ଉପକୃତ · ଏସବୁ ରେଳ ଲାଇନ ନିର୍ମାଣ ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର…




