ଜଳବନ୍ଦୀ ସମସ୍ୟାର ନିରାକରଣ ପାଇଁ ଧମେନ୍ଦ୍ରଙ୍କ ଭର୍ଚ୍ଚୁଆଲ ଆଲୋଚନା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି। ବନ୍ୟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଏବଂ ସମ୍ବଲପୁର ଜିଲାର ପ୍ରାୟ ୫୭ଟି ବ୍ଲକରେ ୫ ଲକ୍ଷ ୨୬ ହଜାର ୮୦୦ ଲୋକ ପ୍ରଭାବିତ ହୋଇଥିବାବେଳେ ଢେଙ୍କାନାଳରେ ୪ ଏବଂ କେନ୍ଦୁଝରରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ବନ୍ୟା ପରିସ୍ଥିତିକୁ ନେଇ ସମ୍ବଲପୁର ଏମ୍‌ପି ଧମେନ୍ଦ୍ର ପ୍ରଧାନ ଚିନ୍ତାପ୍ରକଟ କରିଛନ୍ତି। ଜଳବନ୍ଦୀ ସମସ୍ୟାର ନିରାକରଣ ପାଇଁ ସେ ଓଡ଼ିଶାର ପଞ୍ଚାୟତିରାଜ, ଗ୍ରାମୀଣ ବିକାଶ ଓ ପାନୀୟ ଜଳ ମନ୍ତ୍ରୀ , ଜିଲା ପ୍ରଶାସନ, ସ୍ଥାନୀୟ ଜନପ୍ରତିନିଧି, ବୁଦ୍ଧିଜୀବୀ ଓ ସାମାଜିକ ସଂଗଠନର ସଦସ୍ୟମାନଙ୍କ ସହ ଭର୍ଚ୍ଚୁଆଲ ଆଲୋଚନା କରିଛନ୍ତି। ଏନେଇ ଏକ୍ସରେ ସୂଚନା ଦେଇ କହିଛନ୍ତି, ସମ୍ବଲପୁରବାସୀଙ୍କୁ ଜଳବନ୍ଦୀ ସମସ୍ୟାରୁ ମୁକ୍ତି ଦେବା ଆମର ପ୍ରାଥମିକତା । ବର୍ତ୍ତମାନ ସମୟରେ ପ୍ରଶାସନ ତତ୍ପରତା ସହ କାର୍ଯ୍ୟ କରିବା ପ୍ରଶଂସନୀୟ । ସମସ୍ୟାର ନିରାକରଣ ପାଇଁ ସ୍ଥାନୀୟ ବିଶେଷଜ୍ଞ ଓ ସିଭିଲ ସୋସାଇଟି ଦ୍ୱାରା ଆସିଥିବା ସମସ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ସ୍ବାଗତଯୋଗ୍ୟ । ଏହି ସମୟରେ କୌଣସି ପରିବାର ଯେପରି ବିଶୁଦ୍ଧ ପାନୀୟ ଜଳରୁ ବଞ୍ଚିତ ନହୁଅନ୍ତି, ସେଥିପାଇଁ ଜଳ ଯୋଗାଣ ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦେବା ସହ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ନେବା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ