ଜଳିଗଲେ ଆଉ ଜଣେ ଛାତ୍ରୀ

ପଟ୍ଟାମୁଣ୍ଡାଇ: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡ଼ା ଗାଁରେ ଜଳି ଯାଇଛନ୍ତି ଜଣେ ଛାତ୍ରୀ। ଘର ଭିତରୁ ମିଳିଛି ଛାତ୍ରୀଙ୍କ ଜଳନ୍ତା ମୃତଦେହ। ତେବେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ଜାଳି ଦେଇଛି ନା ଜୀବନ୍ତ ଜାଳିଦେଇଛି, ତାହା ସ୍ପଷ୍ଟ ହୋଇପାରିନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା କରୁଛି। ମୃତ ଛାତ୍ରୀ ଜଣଙ୍କ ଯୁକ୍ତ ତିନିରେ ପଢୁଥିଲେ। ଏବର୍ଷ ତାଙ୍କର ଶେଷ ବର୍ଷ ଥିଲା। ଘରେ ସେ ତାଙ୍କ ବାପା ଓ ମା’ଙ୍କ ସହିତ ରହୁଥିଲେ। ତାଙ୍କ ଭାଇ ଗୁଜରାଟରେ ରହନ୍ତି।

ଆଜି ସକାଳେ କୌଣସି କାମରେ ମୃତ ଛାତ୍ରୀଙ୍କ ବାପା ଓ ମା’ ପଟ୍ଟାମୁଣ୍ଡାଇର ପତ୍ରପୁରକୁ ଯାଇଥିଲେ। ସେମାନେ ଦିନ ପ୍ରାୟ ସାଢ଼େ ୧୧ଟା ବେଳକୁ ଘରକୁ ଫେରିଥିଲେ। ଘରେ ପହଞ୍ଚି ସେମାନେ କବାଟ ବାଡ଼େଇ ଥିଲେ। କିନ୍ତୁ ଝିଅ ଦ୍ୱାର ଫିଟାଇ ନଥିଲେ। ତା’ପରେ ତାଙ୍କ ବାପା ତାଙ୍କୁ ଫୋନ୍ କରିଥିଲେ। ତଥାପି କିଛି ଉତ୍ତର ମିଳି ନଥିଲା। ତେଣୁ ତାଙ୍କ ବାପା ପଡ଼ୋଶୀଙ୍କୁ ଡାକିଥିଲେ ଓ କବାଟ ଭାଙ୍ଗି ଘର ଭିତରକୁ ଯାଇଥିଲେ। ଘର ଭିତରେ ଥିବା ସିଡିରେ ଝିଅର ଜଳନ୍ତା ମୃତଦେହ ପଡ଼ିଥିବା ସେମାନେ ଦେଖିବାକୁ ପାଇଥିଲେ।

  • Related Posts

    ସୌମ୍ୟ ମୃତ୍ୟୁ ମାମଲା ; ଆଉ ଜଣେ ଗିରଫ

    ଭୁବନେଶ୍ୱର : ବହୁ ଚର୍ଚ୍ଚିତ ସୌମ୍ୟ ମୃତ୍ୟୁ ମାମଲାରେ ବଢୁଛି ଗିରଫ ସଂଖ୍ୟା। ଏହି ମାମଲାରେ ମଙ୍ଗଳବାର ଆଉ ଜଣଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲିଅନ୍ତା ଥାନା ବେଣୁପୁର ଗାଁର ପ୍ରଦୀପ ମଙ୍ଗରାଜ (୪୬)। ଢେଙ୍କାନାଳରୁ ପ୍ରଦୀପକୁ ଗିରଫ…

    Continue reading
    ରାଜଧାନୀରେ ପୁଣି ବୁଲିଲା ଖଣ୍ଡା

    ଭୁବନେଶ୍ୱର:ରାଜଧାନୀରେ ପୁଣି ବୁଲିଲା ଖଣ୍ଡା। ଭୁବନେଶ୍ବର ଭରତପୁର ଥାନା ଅଞ୍ଚଳ ତାରିଣୀ ବସ୍ତିରେ ସଂଘବଦ୍ଧ ଆକ୍ରମଣ। ଖଣ୍ଡା ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଗୁରୁତର ଯୁବକ ହେଲେ ଦୁଃଶାସନ ନାୟକ। ପୂର୍ବ ଶତ୍ରୁତାକୁ ନେଇ ଦୁଃଶାସନଙ୍କ ସହ କିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ