ଜଳୁଛି ସାରା ଓଡ଼ିଶା: ଆସନ୍ତା ୫ଦିନ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ତାପରେ ଜଳୁଛି ସାରା ଓଡ଼ିଶା। ପଶ୍ଚିମରୁ ଉପକୂଳ ସବୁଠି ଅସହ୍ୟ ତାତି ସହ କଲବଲ କରୁଛି ଗୁଳୁଗୁଳି । ସକାଳ ପ୍ରାୟ ୭ଟାରୁ ତାତି ଅସହ୍ୟ ହେବା ସହ ଘରୁ ବାହାରିବା କଷ୍ଟକର ହୋଇପଡୁଛି । ସୋମବାର କଟକ ଓ ଭୁବନେଶ୍ୱରରେ ମଧ୍ୟ ଅସମ୍ଭାଳ ପରିସ୍ଥିତି ଦେଖାଦେଇଥିଲା। ତାତି ସାଙ୍ଗକୁ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା। ଏଭଳି ସ୍ଥିତିରେ ଆଗାମୀ ଦୁଇ ତିନିଦିନ ମଧ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବଢିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଏଥିସହ ଆସନ୍ତା ୫ଦିନ ଅର୍ଥାତ୍‌ ୨୩ ତାରିଖ ପର୍ଯ୍ୟନ୍ତ ୧୪ ଜିଲା ଯଥା- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୋଳ, ବୌଦ୍ଧ, ସୁନ୍ଦରଗଡ଼, ଗଞ୍ଜାମ ଓ ଗଜପତି ଜିଲାକୁ ପ୍ରବଳ ଗରମ ଓ ଗୁଳୁଗୁଳି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅପରପକ୍ଷେ ଆଗାମୀ ୬ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ବୋଲି ମଧ୍ୟ ସୂଚନା ଦିଆଯାଇଛି।
ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟର ୧୭ଟି ସହରର ଦିନ ତାପମାତ୍ରା ୪୦ ଡିଗ୍ରୀ ଏବଂ ତା’ଠାରୁ ଅଧିକ ରେକର୍ଡ ହୋଇଛି। ଝାରସୁଗୁଡ଼ାରେ ସର୍ବାଧିକ ୪୩.୪ ଡିଗ୍ରୀ ତାପମାତ୍ରା ରହିବା ସହ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବେ ଉଭା ହୋଇଛି। ବୌଦ୍ଧରେ ୪୨.୮, ସମ୍ବଲପୁର ଓ ଅନୁଗୋଳରେ ୪୨.୩, ହୀରାକୁଦରେ ୪୨, ବାରିପଦାରେ ୪୧.୮, ନୟାଗଡ଼ରେ ୪୧.୭, ତାଳଚେରରେ ୪୧.୬, ଟିଟିଲାଗଡ଼, ବଲାଙ୍ଗୀର ଓ ଭବାନୀପାଟଣାରେ ୪୧.୫, ସୁବର୍ଣ୍ଣପୁରରେ ୪୦.୮, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ୪୦.୫, ବରଗଡ଼ରେ ୪୦.୪, ବାଲେଶ୍ୱରରେ ୪୦.୨, ଭଦ୍ରକରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ଯାଜପୁର ୩୯.୮, ଫୁଲବାଣୀ ୩୯.୭, କଟକ୩୯.୬, ରାଉରକେଲା ୩୯.୫, ପାରଳାଖେମୁଣ୍ଡି ୩୯.୪, କେନ୍ଦ୍ରାପଡ଼ା ୩୯.୨, ଭୁବନେଶ୍ୱର, ଢେଙ୍କାନାଳ, ନୂଆପଡ଼ା ଓ ଚାନ୍ଦବାଲିରେ ୩୯ ଡିଗ୍ରୀ ତାପମାତ୍ରା ରହିଥିଲା।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ