ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୧ ଅକ୍ଟୋବର ୨୦୨୫: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପୂର୍ବାହ୍ନ ୧୦ଟା ସମୟରେ ରାଜୀବ ଭବନସ୍ଥିତ ଜଳ ସମ୍ପଦ ବିଭାଗ ପରିଦର୍ଶନ କରି ବିଭାଗର ସବିସ୍ତୃତ କାର୍ଯ୍ୟାବଳୀ ସମ୍ପର୍କରେ ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀ ଜଳ ସମ୍ପଦ ବିଭାଗରେ ପହଞ୍ଚି ପ୍ରଥମେ ଅଷ୍ଟମ ମହଲାସ୍ଥିତ ରାଜ୍ୟ ଜଳ ବିଜ୍ଞାନ ତଥ୍ୟ କେନ୍ଦ୍ର (State Hydrological Data Center) ଯାଇ ସେଠାରେ ରାଜ୍ୟରେ ବିଭିନ୍ନ ଜଳ ଭଣ୍ଡାର ଓ ନଦୀ ଗୁଡିକରେ ଜଳ ସ୍ଥିତି ଅନୁଧ୍ୟାନ କରିବା ସହିତ ଏହାର କାର୍ଯ୍ୟ ପ୍ରଣାଳୀ ସମ୍ପର୍କରେ ବୁଝିଥିଲେ। ସୂଚନାଯୋଗ୍ୟ ଯେ, ରାଜ୍ୟ ଜଳ ବିଜ୍ଞାନ ତଥ୍ୟ କେନ୍ଦ୍ରର ତଥ୍ୟ ଅନୁଯାୟୀ Real-Time ଭିତ୍ତିରେ ରାଜ୍ୟରେ ଜଳ ପରିଚାଳନା କରାଯାଇଥାଏ। ଏହା ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଉପବିଭାଗ ପରିଦର୍ଶନ କରି ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଓ କର୍ମଚାରୀମାନଙ୍କ ସହିତ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ କାର୍ଯ୍ୟରେ ସନ୍ତୋଷ ବ୍ୟକ୍ତ କରିଥିଲେ ଏବଂ କହିଥିଲେ ଯେ, ରାଜ୍ୟ ସରକାରଙ୍କ ଲକ୍ଷ୍ୟ ପୂରଣ ପାଇଁ ଆପଣମାନେ ଆହୁରି ପ୍ରତିବଦ୍ଧତାର ସହ କାମ କରନ୍ତୁ । ପରିଦର୍ଶନ ପରେ ଗଣମାଧ୍ୟମକୁ ବିବୃତ୍ତି ରଖି, ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୨୦୨୯-୩୦ ସୁଦ୍ଧା ରାଜ୍ୟରେ ୧୫ ଲକ୍ଷ ହେକ୍ଟର ଚାଷ ଜମିକୁ ଜଳସେଚନ କରାଯିବାର ଲକ୍ଷ୍ୟ ରଖାଯାଇଛି। ଏଥି ସହିତ କେନାଲର ଶେଷ ମୁଣ୍ଡ ପର୍ଯ୍ୟନ୍ତ ଜଳ ପହଞ୍ଚାଇବାକୁ ଆମେ ସୁନିଶ୍ଚିତ କରୁଛୁ। ଏହାକୁ ଦୃଷ୍ଟିରେ ରଖି ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କାର୍ଯ୍ୟାଳୟରେ ପରିଣତ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ଚନ୍ଦ୍ରଶେଖର ପାଢୀ ଏବଂ ବିଭାଗୀୟ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ