ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ଦେବଗଡ଼:ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ପକ୍ଷରୁ କିଶୋର ନ୍ୟାୟ(ଯତ୍ନ ଓ ସୁରକ୍ଷା) ନିୟମ,ପିଲାଙ୍କ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷାର ଅଧିକାର ଏବଂ ରାଷ୍ଟ୍ରୀୟ ଆଇନ୍ ସେବା ପ୍ରାଧିକରଣ ଦ୍ୱାରା ହୋଇଥିବା ସ୍ପୃହା ‌ଯୋଜନା ସଂପର୍କିତ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ତିଲେଇବଣି ବ୍ଲକର ସୁଗୁଡା ଗ୍ରାମର ପିଏମ ଶ୍ରୀ ଅପୂର୍ବ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ସଚିବ ସୃଜନ ସାରସ୍ୱତ, ଜିଲ୍ଲା ଶିଶୁ ମଙ୍ଗଳ ସମିତିର ସଦସ୍ୟ ଯତୀନ୍ଦ୍ର ନାଏକ, ଡିଏସପି(ଏଚଆରପିସି) ଅମୂଲ୍ୟପୁନମ ଲାକ୍ର‌ା,ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ଦମୟନ୍ତୀ ବେହେରା ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ଆଇନ ସଂପର୍କରେ ସଚେତନ କରାଇଥିଲେ।କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର କର୍ମଚାରୀମାନେ ସହଯୋଗ କରିଥିଲେ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ