
ଦେବଗଡ଼: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କବୀନ୍ଦ୍ର ସାହୁ ଯୋଗଦେଇ ୩୨ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅଭିଯୋଗ ମଧ୍ୟରେ ୨୫ଟି ବ୍ୟକ୍ତିଗତ ଏବଂ ୭ଟି ସାମୂହିକ ଅଭିଯୋଗ ରହିଥିଲା। ଜନସାଧାରଣ ଘରବାରି, ଜମିର ପଟ୍ଟା ସଂଶୋଧନ, ବାର୍ଦ୍ଧକ୍ୟ ଭତ୍ତା ଓ ପ୍ରଧାନମନ୍ତ୍ରୀ ଆବାସ ଗୃହ ତଥା ବିଭିନ୍ନ ସମସ୍ୟା ସଂପର୍କରେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଶିବିରରେ ଏସ୍ପି କିଶୋର ଚନ୍ଦ୍ର ମୁଣ୍ଡ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜ, ଉପଜିଲ୍ଲାପାଳ ପରିକ୍ଷିତ ସାହୁ, ଏସିଏଫ୍ ଅରୁଣ ବେହେରା, ଜିଲ୍ଲା ପଞ୍ଚାୟତ ଅଧିକାରୀ ହେମନ୍ତ ସିଂହ, ଦେବଗଡ଼ ତହସିଲଦାର କର୍ଣ୍ଣ ମଲ୍ଲିକଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।




