ଜାତିସଂଘ ସାଧାରଣ ପରିଷଦ ବୈଠକରେ ସାମିଲ ହେବେ ନାହିଁ ମୋଦୀ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶୁଳ୍କ ଏବଂ ତାଙ୍କ ଅଧିକାରୀଙ୍କ ନିରନ୍ତର ବୟାନ ଭାରତ ସହିତ ସମ୍ପର୍କକୁ ଆହୁରି ଖରାପ କରୁଛି । ଆମେରିକା ରାଷ୍ଟ୍ରପତି ଏହା ମଧ୍ୟ କହିଛନ୍ତି ଯେ ସେ ଭାରତ ଏବଂ ରୁଷକୁ ହରାଇ ସାରିଛନ୍ତି । ଏହାସହିତ ସେ କ୍ୱାଡ ବୈଠକରେ ଯୋଗଦେବା ପାଇଁ ଭାରତ ଆସିବାର ଥିଲା, କିନ୍ତୁ ରିପୋର୍ଟ ଅନୁସାରେ ଟ୍ରମ୍ପଙ୍କର ଏପରି କୌଣସି ଯୋଜନା ନାହିଁ । ଏହି ସମୟରେ ଏବେ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେ ଜାତିସଂଘର ସାଧାରଣ ପରିଷଦ ବୈଠକରେ ଯୋଗ ଦେବାର କାର୍ୟ୍ୟକ୍ରମ ଥିଲା, କିନ୍ତୁ ଏବେ ସେ ଏଥିରେ ଯୋଗ ଦେବେ ନାହିଁ । ବୈଦେଶିକ ମନ୍ତ୍ରୀ ଏସ୍‍.ଜୟଶଙ୍କର ଏହି ଅଧିବେଶନରେ ଯୋଗ ଦେବେ ।
ଭାରତ ଓ ଆମେରିକା ସମ୍ପର୍କରେ ତିକ୍ତତା ଆସିବା ସମୟରେ ଭାରତ ଏହି ନିଷ୍ପତ୍ତି ନେଇଛି । ୟୁକ୍ରେନ ଯୁଦ୍ଧ ସମୟରେ ରୁଷରୁ ତେଲ କିଣିବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୨୫ପ୍ରତିଶତ ଶୁଳ୍କ ଲଗାଇଥିଲେ, ଆଉ ୨୫ପ୍ରତିଶତ ଅତିରିକ୍ତ ଶୁଳ୍କ ସହିତ ଭାରତ ଉପରେ ମୋଟ ଶୁଳ୍କ ୫୦ପ୍ରତିଶତ ଶୁଳ୍କ ଲାଗୁ ହୋଇଛି । ସେବେଠାରୁ ଦୁଇ ଦେଶ ମଧ୍ୟରେ ସମ୍ପକ ଖରାପ ହେବାରେ ଲାଗିଛି ।

  • Related Posts

    ବାୟୁସେନା ବିମାନ AN-32 ଦୁର୍ଘଟଣାଗ୍ରସ୍ତ, ପାଇଲଟଙ୍କ ସମେତ 5 ମୃତ

    ଜୋରହାଟ: ଶନିବାର ଆସାମର ଜୋରହାଟ ବାୟୁସେନା ଷ୍ଟେସନରେ ଭାରତୀୟ ବାୟୁସେନା ଏକ AN-32 ପରିବହନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭାରତୀୟ ବାୟୁସେନା ଅନୁଯାୟୀ, AN-32 ଜୋରହାଟ ବାୟୁସେନାରେ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା ।…

    Continue reading
    ଅଭିଷେକ ବାନାର୍ଜୀଙ୍କ ଘରେ ସର୍ଚ୍ଚ

    ବିଧାନସଭା ନିର୍ବାଚନ ପରାଜୟ ପରେ ମମତା ବାନାର୍ଜୀଙ୍କ ଟିଏମସିରେ ସଙ୍କଟ ବଢ଼ିବାରେ ଲାଗିଛି। ଗୋଟିଏ ପଟେ ଦଳେ ଆଭ୍ୟନ୍ତରୀଣ କନ୍ଦଳ ତୀବ୍ର ହୋଇଥିବା ବେଳେ ଅନ୍ୟପଟେ ଦଳର ବରିଷ୍ଠ ନେତାମାନଙ୍କ ପାଇଁ ଆଇନଗତ ସମସ୍ୟା ଜଟିଳ ହୋଇଛି। ଏହିକ୍ରମରେ ଆଜି ଟିଏମସି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ