ଜାତୀୟ ପାରା ସନ୍ତରଣ ଚାମ୍ପିୟନସିପ୍-୨୦୨୫ରେ ଓଡ଼ିଶାର ପାରା ସନ୍ତରଣ ଦଳଙ୍କୁ ୮ଟି ସ୍ବର୍ଣ୍ଣ, ୧୮ଟି ରୌପ୍ୟ ଓ ୧୩ଟି କାଂସ୍ୟ

ଭୁବନେଶ୍ୱର,୨୦ ନଭେମ୍ବର,୨୦୨୫: ହାଇଦ୍ରାବାଦରେ ଆୟୋଜିତ ହୋଇଥିବା ଜାତୀୟ ପାରା ସନ୍ତରଣ ଚାମ୍ପିୟନସିପ୍-୨୦୨୫ରେ ଓଡ଼ିଶା ପାରା କ୍ରୀଡ଼ାବିତ୍‌ମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଓଡ଼ିଶାର ପାରା ସନ୍ତରଣ ଦଳ ଏହି ପ୍ରତିଯୋଗିତାରେ ୮ଟି ସ୍ବର୍ଣ୍ଣ, ୧୮ଟି ରୌପ୍ୟ ଓ ୧୩ଟି କାଂସ୍ୟ ସର୍ବମୋଟ ୩୯ଟି ପଦକ ହାସଲ କରିଛନ୍ତି। ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଥିବା ପାରା ସନ୍ତରଣ ଦଳର କ୍ରୀଡ଼ାବିତ୍‌ମାନଙ୍କୁ ଆଜି କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ସାକ୍ଷାତ କରି ଶୁଭେଚ୍ଛା ଜଣାଇଛନ୍ତି। “ପାରା କ୍ରୀଡ଼ାବିତ୍‌ମାନଙ୍କ ଏହି ଚମତ୍କାର ପ୍ରଦର୍ଶନ ଓଡ଼ିଶାର ସମସ୍ତ କ୍ରୀଡ଼ାବିତ୍‌ମାନଙ୍କ ପାଇଁ ପ୍ରେରଣାର ଉତ୍ସ। ଜାତୀୟ ସ୍ତରରେ ଓଡ଼ିଶା ପାଇଁ ସୁନାମ ଅର୍ଜନ କରିଥିବାରୁ ଆମେ ସମସ୍ତେ ଗର୍ବିତ। ଆଗାମୀ ଦିନରେ ମଧ୍ୟ ଆୟୋଜିତ ହେବାକୁ ଥିବା ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରୀୟ ପ୍ରତିଯୋଗିତାମାନଙ୍କରେ ଓଡ଼ିଶାର ପାରା କ୍ରୀଡ଼ାବିତ୍‌ମାନେ ଉତ୍କୃଷ୍ଟ ପ୍ରଦର୍ଶନ ମାଧ୍ୟମରେ ରାଜ୍ୟ ପାଇଁ ଗୌରବ ଅର୍ଜନ କରିବେ”, ବୋଲି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ