ଜାତୀୟ ପ୍ରେସ ଦିବସ:ଗଣମାଧ୍ୟମର ସ୍ବାଧୀନତା ଏବଂ ସମାଜ ପ୍ରତି ଦାୟିତ୍ୱର ପ୍ରତୀକ

ଭୁବନେଶ୍ୱର: ନଭେମ୍ବର ୧୬ ତାରିଖ ଜାତୀୟ ପ୍ରେସ ଦିବସ । ଏହି ଦିନ ଗଣମାଧ୍ୟମର ସ୍ବାଧୀନତା ଏବଂ ସମାଜ ପ୍ରତି ଦାୟିତ୍ୱର ପ୍ରତୀକ । ଆଜିର ଦିନରେ ପ୍ରେସ୍ କାଉନସିଲ ଅଫ୍ ଇଣ୍ଡିଆ କାର୍ଯ୍ୟ ଆରମ୍ଭ କରିଥିଲା। ପ୍ରଥମ ପ୍ରେସ୍ କମିଶନ ଭାରତରେ ଖବରଦାତାଙ୍କ ସ୍ବାଧୀନତାକୁ ସୁରକ୍ଷା ଦେବା ଏବଂ ସାମ୍ବାଦିକତାରେ ଉଚ୍ଚ ମାନର ଲକ୍ଷ୍ୟ ରଖି ଏକ ପ୍ରେସ କାଉନସିଲ ଗଠନ କରିଥିଲେ। ଏହାର ଫଳ ସ୍ବରୂପ ୪ ଜୁଲାଇ ୧୯୬୬ରେ ଭାରତରେ ପ୍ରେସ୍ କାଉନସିଲ ପ୍ରତିଷ୍ଠା କରାଯାଇଥିଲା। ୧୬ ନଭେମ୍ବର ୧୯୬୬ରୁ ଏହାର ଆଇନଗତ କାର୍ଯ୍ୟ ଆରମ୍ଭ କରିଥିଲା। ସେବେଠାରୁ ଦେଶରେ ନଭେମ୍ବର ୧୬କୁ ପ୍ରତିବର୍ଷ ଜାତୀୟ ଗଣମାଧ୍ୟମ ଦିବସ ଭାବେ ପାଳନ କରାଯାଏ।

ଏହି ଦିନଟି ପ୍ରେସ ସ୍ବାଧୀନତା ଏବଂ ଦାୟିତ୍ୱ ପ୍ରତି ଆମର ବିଶେଷ ଧ୍ୟାନ ଆକର୍ଷଣ କରିଥାଏ। ଦେଶର ସାମ୍ବାଦିକମାନେ ଯେପରି କୌଣସି ବାହ୍ୟ ଶକ୍ତି ଦ୍ୱାରା ପ୍ରଭାବିତ ନହେବେ ସେଥିପାଇଁ ପ୍ରେସ କାଉନସିଲ ଅଫ ଇଣ୍ଡିଆ କାମ କରୁଛି । ଦେଶର ସାମ୍ବାଦିକମାନେ ଯେପରି କୌଣସି ବାହ୍ୟ ଶକ୍ତି ଦ୍ୱାରା ପ୍ରଭାବିତ ନହେବେ ସେଥିପାଇଁ ପ୍ରେସ କାଉନସିଲ ଅଫ ଇଣ୍ଡିଆ କାମ କରୁଛି ।ତେଣୁ ନଭେମ୍ବର ୧୬କୁ ପ୍ରତି ବର୍ଷ ଜାତୀୟ ପ୍ରେସ ଦିବସ ଭାବରେ ପାଳନ କରାଯାଏ ।ସାମାଜିକ ବିକାଶରେ ଗଣମାଧ୍ୟମର ଭୂମିକା ବେଶ୍ ଗୁରୁତ୍ଵପୂର୍ଣ । ପ୍ରତିକୂଳ ବ୍ୟବସ୍ଥା ସତ୍ତ୍ୱେ ସାମ୍ବାଦିକମାନେ ଜନସ୍ୱାର୍ଥ ପାଇଁ ଲଢେଇ କରୁଛନ୍ତି । ଗଣମାଧ୍ୟମକୁ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ବୋଲି କୁହାଯାଏ ।

ଦେଶର ପ୍ରଥମ ସମ୍ବାଦପତ୍ର ‘ବେଙ୍ଗଲ ଗେଜେଟ୍’ ୧୭୮୦ ମସିହାରେ ଜେମ୍ସ ଅଗଷ୍ଟସ୍ ନିକିଙ୍କ ଦ୍ୱାରା ପ୍ରକାଶ ପାଇବା ପରଠାରୁ ଜନସାଧାରଣଙ୍କ ସଶକ୍ତିକରଣ ଲାଗି ସମ୍ବାଦପତ୍ର ଗୁରୁତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି । ସାମ୍ବାଦିକତାର ମୌଳିକ ନୀତି ହେଉଛି ପାଠକ ଓ ଦର୍ଶକଙ୍କ ନିକଟରେ ସତ୍ୟ, ବସ୍ତୁନିଷ୍ଠ, ସଠିକ ନିରପେକ୍ଷ ସୂଚନା ପହଞ୍ଚାଇବା । ତେବେ ଏହି ପରିପ୍ରେକ୍ଷୀରେ ଜାତୀୟ ପ୍ରେସ୍ ଦିବସ ପାଳନ ଅନେକ ଗୁରୁତ୍ୱ ବହନ କରେ ।‘ପ୍ରେସ୍ କାଉନ୍ସିଲ୍ ‘ ହେଉଛି ସମ୍ବାଦପତ୍ରର ନୈତିକ ପ୍ରହରୀ । ଯଦି କୌଣସି ବ୍ୟକ୍ତିଙ୍କୁ ଖବରକୁ ନେଇ ଆପତ୍ତି ଥାଏ ତେବେ ସେ ପ୍ରେସ୍ କାଉନ୍ସିଲ୍ ନିକଟରେ ଅଭିଯୋଗ କରି ପାରିବେ । ଅପରପକ୍ଷେ ଯେକୌଣସି ସମ୍ବାଦପତ୍ର ମଧ୍ୟ ସରକାର ବା ଅନ୍ୟ କାହାର ଅବାଞ୍ଛିତ ହସ୍ତକ୍ଷେପ ବଳପ୍ରୟୋଗ ଓ କଟକଣା ଆଦି ବିରୋଧରେ ଅଭିଯୋଗ କରିପାରିବେ । ସାମ୍ବାଦିକମାନେ ହେଲେ ସମାଜର ଜାଗ୍ରତ ପ୍ରହରୀ । ଯଦି ଜାଗ୍ରତ ପ୍ରହରୀ ନିଜ କର୍ତ୍ତବ୍ୟରୁ ବିଚ୍ୟୁତ ହୁଏ ତେବେ ସମାଜ ଆଗକୁ ବଢିପାରେ ନାହିଁ । ନିରପେକ୍ଷ ଓ ନିର୍ଭୀକ ସମ୍ବାଦ ପରିବେଷଣ ସବୁ ସାମ୍ବାଦିକଙ୍କ ଆଭିମୁଖ୍ୟ ହେବା ଉଚିତ୍ ।

  • Related Posts

    ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

    · ଦେଶର ମୋଟ୍‌ ୪ଟି ରେଳ ଲାଇନ୍‌ ସମ୍ପ୍ରସାରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି ଦ୍ୱାରା ଓଡ଼ିଶା, ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଆଠଟି ଜିଲ୍ଲା ହେବେ ଉପକୃତ · ଏସବୁ ରେଳ ଲାଇନ ନିର୍ମାଣ ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର…

    Continue reading
    ରାଇକିଆରେ ଭୀମ ଭୋଇ ସାମର୍ଥ୍ୟ ଅଭିଯାନ ଶିବିର

    ୩୬୬ ଜଣଙ୍କ ପଞ୍ଜୀକରଣ, ୨୮୨ ଜଣଙ୍କୁ ୟୁଡିଆଇଡି ପ୍ରମାଣପତ୍ର ପାଇଁ ଚିହ୍ନଟ ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ରାଇକିଆ ବ୍ଲକ ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ଭୀମ ଭୋଇ ସାମର୍ଥ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ