ଜିଲ୍ଲାପାଳ ଓ ଏସ.ପିଙ୍କ ବଦଳି

ପୁରୀ: ପୁରୀ ଅଘଟଣକୁ ନେଇ ବଡ଼ କାର୍ଯ୍ୟାନୁଷ୍ଠାନ । ଶରଧାବାଲିରେ ଠେଲାପେଲା ଓ ଦଳାଚକଟାରେ ୩ ଭକ୍ତଙ୍କ ମୃତ୍ୟୁ ପରେ ପୁରୀ ଜିଲ୍ଲାପାଳ ଓ ଏସ.ପିଙ୍କୁ ମଧ୍ୟ ବଦଳି କରାଯାଇଛି । ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁକୁ ବଦଳି କରାଯାଇଛି । ନୂତନ ଜିଲ୍ଲାପାଳ ଭାବେ ଚଞ୍ଚଳ ରାଣାଙ୍କୁ ନିଯୁକ୍ତ କରାଯାଇଛି । ସେହିପରି ପୁରୀ ଏସପି ବିନୀତ ଅଗ୍ରୱାଲଙ୍କୁ ବଦଳି କରାଯାଇଛି । ନୂତନ ଏସ.ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆଯାଇଛି ।

ପୁରୀ ଦଳାଚକଟାରେ 3 ଜଣଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ସରକାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ । ଏହା ସହିତ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଓ ଏସ.ପି ବିନତୀ ଅଗ୍ରୱାଲଙ୍କୁ ବଦଳି କରାଯାଇଛି । ନୂତନ ଜିଲ୍ଲାପାଳ ଭାବେ ଚଞ୍ଚଳ ରାଣାଙ୍କୁ ନିଯୁକ୍ତ କରାଯାଇଥିବାବେଳେ ନୂତନ ଏସ.ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆଯାଇଛି । ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାନ୍ଟ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, “ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡିଆ ଜାତିର ଗର୍ବ ଓ ଗୌରବ । ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ । ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।”ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି । ପରଲୋକଗତ ଭକ୍ତମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି ।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ