ଜିଲ୍ଲାସ୍ତରୀୟ ପ୍ରକଳ୍ପ ପରିଦର୍ଶନ

ଦେବଗଡ:ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ବାରକୋଟ ବ୍ଳକର ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରାଯାଉଛି।ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ଜିଲ୍ଲା ର ବିଭିନ୍ନ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ଗୁଡିକ ପରିଦର୍ଶନ କରି ଯାଉଥିବା ଗାଡ଼ିକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ପ୍ରକଳ୍ପ ପରିଦର୍ଶନରେ ଜିଲ୍ଲାପାଳ ଶ୍ରୀ ସାହୁ , ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜ, ପୂର୍ବ ବିଧାୟକ ତଥା ସାଂସଦଙ୍କ ପ୍ରତିନିଧି ସୁବାସ ଚନ୍ଦ୍ର ପାଣିଗ୍ରାହୀ,ଜିଲ୍ଲା ବିଜେପି ସଭାପତି ଅରୁଣ ସାହୁ,ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ପ୍ରଶାନ୍ତ ବେହେରା ଯୋଗଦେଇ ବାରକୋଟ ବ୍ଲକର ରମ୍ଭେଇ ପଞ୍ଚାୟତର ଏମଆଇପି ପ୍ରକଳ୍ପ, ଭାଟସିଂ ଗ୍ରାମର ଫୁଲ ଚାଷ, ଦଣ୍ଡାସିଂହା ପଞ୍ଚାୟତର ଗୋପାଳପାଲି ରେ ଶ୍ରୀ ବିଦ୍ୟୁତ୍ ଟ୍ରାନସଫର୍ମର ଉତ୍ପାଦନ ୟୁନିଟ, ଡାଏରୀ ଫାର୍ମ ପ୍ରକଳ୍ପ ପରିଦର୍ଶନ କରି ପ୍ରକଳ୍ପ ର କାର୍ଯ୍ୟକାରିତା ଓ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏଥିରେ ତିଲେଇବଣୀ ଆଇଟିଡିଏ ପ୍ରକଳ୍ପ ପ୍ରଶାସିକା ସନ୍ଧ୍ୟା ମାଝି, ଜିଲ୍ଲା ଶ୍ରମ ଅଧିକାରୀ ପଦ୍ମାବତୀ ମାରାଣ୍ଡି ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁରତୀ ପ୍ରଧାନ, ଓଏଲଏମ ଡିପିଏମ ଶିଶିର ଷଡ଼ଙ୍ଗୀ,ଡିଆଇପିଆରଓ ମନୋରଞ୍ଜନ ସୂତାରଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

  • Related Posts

    ବାପ ଝିଅଙ୍କ ଉପରେ ଚଢିଗଲା ଆମ ବସ

    ଭୁବନେଶ୍ୱର: ସ୍ମାର୍ଟସିଟିର ଲାଇଫ ଲାଇନ୍ କୁହାଯାଉଥିବା ‘ଆମ ବସ’ ଏବେ ସରକାରଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଆମ ବସ୍‌ର ପୁଣି ଆତଙ୍କ । ମଞ୍ଚେଶ୍ୱର ଅଞ୍ଚଳରେ ବାପ ଝିଅଙ୍କ ଉପରେ ଚଢିଗଲା ଆମ ବସ। ସ୍କୁଲ ସାରି…

    Continue reading
    ତାମିଲନାଡୁ ଗ୍ୟାସ ଲିକ୍‌ ଅଘଟଣ : ସୁରକ୍ଷିତ ଫେରିଲେ ୬୨ ଓଡ଼ିଆ ଶ୍ରମିକ

    ଭୁବନେଶ୍ୱର: ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ପରେ ଭୟ ଓ ଅନିଶ୍ଚିତତା ମଧ୍ୟରେ ରହିଥିବା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ରାଜ୍ୟକୁ ଫେରାଇ ଆଣିବାରେ ସଫଳ ହୋଇଛନ୍ତି ସରକାର। ଚେନ୍ନାଇରୁ ଟ୍ରେନ୍‌ ଯୋଗେ ୬୨ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ଆଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ