
ଦେବଗଡ଼:ଦେବଗଡ ଜିଲ୍ଲା ନୋଡାଲ ଅଧିକାରୀ ତଥା ରାଜ୍ୟ ଯୋଗାଣ ବିଭାଗର ଏମଡି କେ ସୁଦର୍ଶନ ଚକ୍ରବର୍ତ୍ତୀ ଆଜି ଦେବଗଡ ଗସ୍ତରେ ଆସି ବିଭିନ୍ନ ସରକାରୀ ଯୋଜନାର ସମୀକ୍ଷା କରିଥିଲେ। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷାରେ ବୈଠକରେ ଶ୍ରୀ ଚକ୍ରବର୍ତ୍ତୀ ଯୋଗ ଦେଇ ପ୍ରଧାନମନ୍ତ୍ରୀ ଜନମନ ଯୋଜନା,ସୁଭଦ୍ରା ଯୋଜନା,ମଧୁବାବୁ ପେନସନ ଯୋଜନା,ନୂତନ ରାସନ କାର୍ଡ,ମୂଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ,ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ, ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ତଥା ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହ ସରକାରୀ ଯୋଜନା ଗୁଡିକୁ ଲୋକମାନଙ୍କ ନିକଟରେ ସଠିକ ସମୟରେ ପଂହଚାଇବା ଏବଂ ଲୋକାଭିମୁଖୀ ଯୋଜନାଗୁଡିକର ସଫଳ ରୁପାୟନରେ ବିଭାଗୀୟ ଅଧିକାରୀମାନେ ଆନ୍ତରିକତା ସହ ନିଜର ଦାୟିତ୍ୱ ସମ୍ପାଦନ କରିବା ପାଇଁ ଜିଲ୍ଲା ନୋଡାଲ ଅଧିକାରୀ ଶ୍ରୀ ଚକ୍ରବର୍ତ୍ତୀ ପରାମର୍ଶ ଦେଇଥିଲେ। ବୈଠକରେ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜ,ସିଡିଏମଓ ଡା. ସଂଘମିତ୍ରା ପଣ୍ଡା,ଜିଲ୍ଲାପରିଷଦ ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଦିଲୀପ ପ୍ରଧାନ, ଆଇଟିଡିଏର ପ୍ରକଳ୍ପ ପ୍ରଶାସିକା ସନ୍ଧ୍ୟା ମାଝି,ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର ପୁହାଣ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁରତୀ ପ୍ରଧାନ,ଜିଲ୍ଲା ସାମଜିକ ସୁରକ୍ଷା ଅଧିକାରୀ ଶ୍ରୀନିବାସ ଜାନି,ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦରା କୁଜୁରଙ୍କ ସମେତ ତିନିବ୍ଲକର ବିଡିଓ ଓ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।







