ଜିଲ୍ଲା ପ୍ରଶାସନ ପକ୍ଷରୁ ନିଶା ମୁକ୍ତ ସମାଜ ଗଠନ ପାଇଁ ଶପଥ ପାଠ

ଦେବଗଡ଼:ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ଆଜି ନିଶାମୁକ୍ତ ଭାରତ ଅଭିଯାନ ଅପବ୍ୟବହାର ବିରୋଧରେ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଏସପି କିଶୋର ଚନ୍ଦ୍ର ମୁଣ୍ଡ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜ, ଉପଜିଲ୍ଲାପାଳ ପରିକ୍ଷିତ ସାହୁ ଯୋଗଦେଇ ନିଶାମୁକ୍ତ ଭାରତ ଅଭିଯାନ ଓ ନିଶା ମାଦକ ଦ୍ରବ୍ୟ କୁପ୍ରଭାବକୁ ଦୁରେଇ ରଖିବା ସହ ଦେବଗଡ଼ ଜିଲ୍ଲାକୁ ନିଶାମୁକ୍ତ କରିବା ପ‌ାଇଁ ନିଜର ବକ୍ତବ୍ୟ ରଖିଥିଲେ ।ଏହାପରେ ନିଶା ମୁକ୍ତ ସମାଜ ଗଠନ ପାଇଁ ଜିଲ୍ଲାପାଳ ଶ୍ରୀ ସାହୁ ଶପଥ ପାଠ କରାଇଥିଲେ। ଏଥିରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀନିବାସ ଜାନୀ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁରତୀ ପ୍ରଧାନ, ତିଲେଇବଣି ଆଇଟିଡିଏ ପ୍ରକଳ୍ପ ପ୍ରଶାସିକା ସନ୍ଧ୍ୟା ମାଝି, ପୌର ନିର୍ବାହୀ ଅଧିକାରୀ କଳିଙ୍ଗ ଆଶିଷ ଶତପଥି,ଡେପୁଟି କଲେକ୍ଟର ପ୍ରିୟା ତିର୍କୀ,ଜିଲ୍ଲା ସଂସ୍କୃତି ଅଧିକାରୀ ମୁକେଶ ଭୋଇ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ର,ଜିଲ୍ଲା ପଞ୍ଚାୟତ ଅଧିକାରୀ ହେମନ୍ତ ସିଂଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

  • Related Posts

    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading
    ‘ମହାପ୍ରଭୁ ଜଗନ୍ନାଥ’ ଫିଲ୍ମ ମାମଲାର ଆଜି ଶୁଣାଣି

    ଆଜି ହାଇକୋର୍ଟରେ ‘ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଫିଲ୍ମ ମାମଲାର ଶୁଣାଣି ହେବ। ଏହା ପୂର୍ବରୁ ଗତକାଲି ରାଜ୍ୟ ଅତିଥି ଭବନରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ଆଇନ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଏଜି ପୀତାମ୍ବର ଆଚାର୍ଯ୍ୟ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ