ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର: ସ୍ଥାନୀୟ କୃଷିଭବନ ଅଡିଟୋରିଅମଠାରେ ମାନ୍ୟବର ମତ୍ସ୍ୟ ଓ ପ୍ରାଣୀସମ୍ପଦ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଗୋକୁଳନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ମତ୍ସ୍ୟ ଅଧିକାରୀମାନଙ୍କର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ସମୀକ୍ଷା ବୈଠକରେ ୩୦ ଗୋଟି ଜିଲ୍ଲାର ଜିଲ୍ଲା ମତ୍ସ୍ୟ ଅଧିକାରୀ ଯୋଗ ଦେଇଥିଲେ । ଏଥିରେ ମନ୍ତ୍ରୀ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ପ୍ରମୁଖ ଯୋଜନା ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ଏବଂ ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା ଅଧୀନରେ କାର୍ଯ୍ୟକ୍ଷମ ସମସ୍ତ ଯୋଜନାର ଅଗ୍ରଗତି ଉପରେ ସମୀକ୍ଷା କରିଥିଲେ । ୨୦୨୫-୨୬ ଆର୍ଥିକ ବର୍ଷରେ ହିତାଧିକାରୀଙ୍କଠାରୁ ଦରଖାସ୍ତ ଗ୍ରହଣ କରି ତୁରନ୍ତ କାର୍ଯ୍ୟାଦେଶ ପ୍ରଦାନ କରିବାକୁ ମାନ୍ୟବର ମନ୍ତ୍ରୀ ଜିଲ୍ଲା ମତ୍ସ୍ୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ କିସାନ କ୍ରେଡିଟ୍ କାର୍ଡ , ଭିତ୍ତିଭୂମି ବିକାଶ , ମାଛ ଚାଷୀଙ୍କ ପ୍ରଶିକ୍ଷଣ ଓ ଦକ୍ଷତା ବୃଦ୍ଧି ଉପରେ ସବିଶେଷ ସମୀକ୍ଷା କରିଥିଲେ ।
ରାଜ୍ୟରେ ଉନ୍ନତ ମାନର ଗୁଣାତ୍ମକ ଯାଆଁଳ ଉତ୍ପାଦନ ଓ ସଠିକ ସମୟରେ ମାଛ ଚାଷୀଙ୍କ ନିକଟରେ ଏହାର ଉପଲବ୍ଧତା ଉପରେ ମାନ୍ୟବର ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ଜଳକୃଷି ବୀମା ନିମନ୍ତେ ଜାତୀୟ ମତ୍ସ୍ୟ ଡିଜିଟାଲ ପ୍ଲାଟଫର୍ମରେ ରେଜିଷ୍ଟ୍ରେସନ ଉପରେ ପ୍ରାଧାନ୍ୟ ଦେବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଥିଲା । ସରକାରୀ ମାଛ ଯାଆଁଳ ଉତ୍ପାଦନ କେନ୍ଦ୍ର ଗୁଡିକର ଭିତ୍ତିଭୂମି ବିକାଶ ଉପରେ ଧ୍ୟାନ ଦେବା ନିମନ୍ତେ ଅଗ୍ରାଧିକାର ଦିଆଯାଇଥିଲା । KCC ମାଧ୍ୟମରେ ମାଛ ଚାଷୀଙ୍କୁ ଋଣ ପ୍ରଦାନ ନିମନ୍ତେ ସମସ୍ତ ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କୁ ଦରଖାସ୍ତ ସଂଗ୍ରହ କରି ବ୍ୟାଙ୍କ କୁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

ଏହି ବୈଠକରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ , ମତ୍ସ୍ୟ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ମହମ୍ମଦ ସାଦିକ୍ ଆଲାମ୍, ଆପିକଲର ପରିଚାଳନା ନିର୍ଦ୍ଦେଶକ ଶୁଭ୍ରାଂଶୁ ମିଶ୍ର, ଓ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ