ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର ଅଂଶସ୍ୱରୂପ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଆୟୋଜନ କରାଯାଇଥିଲା.ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଉମାକାନ୍ତ ରଥଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଅଭିଯାନରେ ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ୟୁନିଟ୍‌-୧ ଓ ୟୁନିଟ୍‌-୨ର ସଂଯୋଜକ ସାରଙ୍ଗଧର ମାମ୍ବାଲାକା ଓ ଫିର୍ଦୋଷୀ ପ୍ରଧାନ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏନ୍‌ଏସ୍‌ଏସ୍‌ ସ୍ୱେଚ୍ଛାସେବୀଙ୍କ ସମେତ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀ ଏଥିରେ ସାମିଲ ହୋଇଥିଲେ।ଅଭିଯାନ ସମୟରେ ମହାବିଦ୍ୟାଳୟ ପରିସର, ଶ୍ରେଣୀଗୃହ ଚାରିପାଖ,ଅନ୍ୟାନ୍ୟ ସ୍ଥାନରେ ଜମା ହୋଇଥିବା ଅଳିଆ ଆବର୍ଜନା ସଫା କରାଯାଇଥିଲା। ଛାତ୍ରଛାତ୍ରୀମାନେ ହାତରେ ସଫେଇ ସାମଗ୍ରୀ ଧରି ପରିସରକୁ ସ୍ୱଚ୍ଛ କରିବା ସହ ଆବର୍ଜନାକୁ ନିର୍ଦ୍ଦିଷ୍ଟ ସ୍ଥାନରେ ପକାଇବା ନେଇ ସଚେତନତା ସୃଷ୍ଟି କରିଥିଲେ। ଏଥିସହ ନିଜ ଶିକ୍ଷାନୁଷ୍ଠାନକୁ ସଫା ରଖିବା କେବଳ ଏକ ଦିନର କାର୍ଯ୍ୟକ୍ରମ ନୁହେଁ, ବରଂ ଏହାକୁ ଦୈନନ୍ଦିନ ଜୀବନର ଅଭ୍ୟାସରେ ପରିଣତ କରିବାକୁ ଆହ୍ୱାନ ଦିଆଯାଇଥିଲା।ସ୍ୱଚ୍ଛତା ଅଭିଯାନ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମନରେ ପରିବେଶ ସୁରକ୍ଷା, ସ୍ୱଚ୍ଛତା ଓ ସାମାଜିକ ଦାୟିତ୍ୱବୋଧ ସୃଷ୍ଟି କରିବା ଉଦ୍ଦେଶ୍ୟ ରହିଥିଲା। ସ୍ୱଚ୍ଛ ପରିବେଶ ହିଁ ସୁସ୍ଥ ଜୀବନର ଆଧାର ହୋଇଥିବାରୁ ଘର, ଶିକ୍ଷାନୁଷ୍ଠାନ ଓ ଆଖପାଖ ପରିବେଶକୁ ସ୍ୱଚ୍ଛ ରଖିବାରେ ପ୍ରତ୍ୟେକ ନାଗରିକଙ୍କ ଭୂମିକା ରହିଛି ବୋଲି ଅଭିଯାନରେ ଗୁରୁତ୍ୱାରୋପ କରାଯାଇଥିଲା।
ଏନ୍‌ଏସ୍‌ଏସ୍‌ର ସ୍ୱେଚ୍ଛାସେବୀମାନେ ସ୍ୱଚ୍ଛତାକୁ ନେଇ ସମାଜରେ ସଚେତନତା ବୃଦ୍ଧି ସହ ଅନ୍ୟମାନଙ୍କୁ ମଧ୍ୟ ସଫେଇ କାର୍ଯ୍ୟରେ ସାମିଲ କରିବାକୁ ଆହ୍ୱାନ ଦେଇଥିଲେ.ସ୍ୱାଧୀନତା ଦିବସ ପୂର୍ବରୁ ଆୟୋଜିତ ଏହି ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ମହାବିଦ୍ୟାଳୟରେ ସ୍ୱଚ୍ଛତାର ବାର୍ତ୍ତା ପହଞ୍ଚାଇବା ସହ ଛାତ୍ରଛାତ୍ରୀଙ୍କୁ ସାମାଜିକ କାର୍ଯ୍ୟ ପ୍ରତି ଅଧିକ ଦାୟିତ୍ୱଶୀଳ ହେବାକୁ ପ୍ରେରଣା ଦେଇଛି। ଆଗାମୀ ଦିନରେ ମଧ୍ୟ ଏଭଳି ସଚେତନତାମୂଳକ ଓ ସେବାମୂଳକ କାର୍ଯ୍ୟକ୍ରମ ଜାରି ରହିବ ବୋଲି ମହାବିଦ୍ୟାଳୟ ପକ୍ଷରୁ କୁହାଯାଇଛି।

ରିପୋର୍ଟର: ଦୁତି କୃଷ୍ଣ ପଣ୍ଡା

  • Related Posts

    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading
    ଭିଜିଲାନ୍ସ ହାତରେ ଧରା ପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନଶ୍ୱେର : ଜମି ପଟ୍ଟା କରିବା ପାଇଁ କ୍ଷେତ୍ର ପରିଦର୍ଶନ ରିପୋର୍ଟ ଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବାଲେଶ୍ୱର ଖଇରା ତହସିଲର ତୁଡ଼ିଗାଡ଼ିଆ ରାଜସ୍ୱ ନିରୀକ୍ଷକ (ଆରଆଇ) ଶରତ କୁମାର ସେଠୀ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ