ଜୁନ୍‌ ୭ ତାରିଖରେ ହେବ ଓସିଏସ୍‌-୨୦୨୬

ଭୁବନେଶ୍ୱର:ଓଡ଼ିଶା ସିଭିଲ୍ ସର୍ଭିସ୍‌ (ଓସିଏସ୍‌)-୨୦୨୬ ପ୍ରିଲିମିନାରୀ ପରୀକ୍ଷା ଆସନ୍ତା ଜୁନ୍‌ ୭ ତାରିଖରେ ଅନୁଷ୍ଠିତ ହେବ ବୋଲି ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।
ପ୍ରିଲିମ୍ସ ପରୀକ୍ଷା ଦୁଇଟି ସିଟିଂରେ ହେବ। ସକାଳ ୧୦ଟାରୁ ମଧ୍ୟାହ୍ନ ୧୨ଟା ଯାଏଁ ଜେନେରାଲ୍ ଷ୍ଟଡିଜ୍‌ ପେପର୍-୧ ଓ ଅପରାହ୍ନ ସାଢ଼େ ୧ଟାରୁ ସାଢ଼େ ୩ଟା ଯାଏଁ ଜେନେରାଲ୍ ଷ୍ଟଡିଜ୍‌ ପେପର୍-୨ ପରୀକ୍ଷା ହେବ। ପେପର୍-୧ରେ ୧୦୦ଟି ପ୍ରଶ୍ନ ରହିଥିବା ବେଳେ ପେପର୍-୨ରେ ୮୦ଟି ପ୍ରଶ୍ନ ରହିବ । ରାଜ୍ୟର ୬ଟି ଜୋନ୍‌ କଟକ, ଭୁବନେଶ୍ୱର, ବାଲେଶ୍ୱର, ବ୍ରହ୍ମପୁର, ଜୟପୁର ଓ ସମ୍ବଲପୁରର ବିଭିନ୍ନ କେନ୍ଦ୍ରରେ ପରୀକ୍ଷା ହେବ। ଆସନ୍ତା ୩୦ ତାରିଖରୁ ପରୀକ୍ଷାର୍ଥୀମାନେ ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ