
ଭୁବନେଶ୍ବର: ବର୍ଷାରୁ ମିଳିବ ଆସ୍ବସ୍ତି ,ଖୁବଶୀଘ୍ର ହେବ ପାଗରେ ପରିବର୍ତ୍ତନ । ରାଜ୍ୟରେ କମିବ ବର୍ଷାର ପରିମାଣ,ବଢିବ ତାପମାତ୍ରା । ଆସନ୍ତାକାଲି ଠାରୁ ଓଡ଼ିଶାରେ କୌଣସି ପାଣିପାଗ ସତର୍କତା ନାହିଁ । ଲଘୁଚାପ ପ୍ରଭାବ ହଟିବା ପରେ ଏଣିକି କମିବ ବର୍ଷା । ଆସନ୍ତା ୧ ତାରିଖରୁ ବର୍ଷାର ପରିମାଣ କମିବ । ଆଗାମୀ ଦୁଇ ଦିନ ପରଠୁ ବଢିବ ତାପମାତ୍ରା । ୨ ରୁ ୪ଡିଗ୍ରୀ ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି,”ମୌସୁମୀ ଛୁଇଁବା ପରେ ରାଜ୍ୟରେ ବିଗତ ସାତ ଦିନଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଥିବା ବେଳେ ଏବେ ଲଗାଣ ବର୍ଷାରେ ଲାଗିବ ବ୍ରେକ । ଏନେଇ ଆଗକୁ ସେଭଳି ବଡ଼ ଧରଣର ବର୍ଷା ସମ୍ଭାବନା ନଥିବା ବେଳେ ମୋସୁମୀ ଜନିତ ବର୍ଷା ପରିମାଣ ମଧ୍ୟ ସେଭଳି ଦେଖିବାକୁ ମିଳିବ ନାହିଁ ।








