ଜୁନ ୪ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା

ଭୁବନେଶ୍ୱର: ରାଜଧାନୀ ସହିତ ଯାଜପୁର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ ଏବଂ ବାଲେଶ୍ବର ଜିଲାର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। କାଳବୈଶାଖୀଜନିତ ବର୍ଷା ପବନ ଯୋଗୁଁ ଗୁଳୁଗୁଳିରୁ ଆଶ୍ବସ୍ତି ମିଳିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଜୁନ ୪ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସାରା ରାଜ୍ୟକୁ କାଳବୈଶାଖୀ ପାଇଁ ସତର୍କ ସୂଚନା ଜାରି ହୋଇଛି। କିଛି ଅଞ୍ଚଳରେ ଘଣ୍ଟା ପ୍ରତି ୬୦ରୁ ୭୦କି.ମି. ବେଗରେ ପବନ ବହିବାକୁ ଥିବାବେଳେ ଆଉ କିଛି ଅଞ୍ଚଳରେ ୪୦ରୁ ୫୦କି.ମି. ବେଗରେ ପବନ ବହିପାରେ।

ଶୁକ୍ରବାର ବଲାଙ୍ଗିରରେ ସର୍ବାଧିକ ତାପମାତ୍ରା ୪୩.୧ଡିଗ୍ରୀ ଥିବାବେଳେ ଟିଟିଲାଗଡ଼ରେ ୪୩, ସମ୍ବଲପୁରରେ ୪୨.୨, ଝାରସୁଗୁଡ଼ାରେ ୪୧.୧, ହୀରାକୁଦରେ ୪୧.୬, ଭୁବନେଶ୍ବରରେ ୩୭.୪ ଏବଂ କଟକରେ ୩୬ ଡିଗ୍ରୀ ରହିଥିଲା। ୧୦ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ଥିଲା। ଆସନ୍ତା ୩ ଦିନ ମଧ୍ୟରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି। ଆଗାମୀ ୨ ଦିନ ପର୍ଯ୍ୟନ୍ତ ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର, ନୂଆପଡ଼ା, ବରଗଡ଼ ଜିଲାର କେତେକ ଅଞ୍ଚଳରେ ତାପମାତ୍ରା ୪୨ରୁ ୪୩ ଡିଗ୍ରୀ ପର୍ଯ୍ୟନ୍ତ ରହିପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଜିଲାକୁ କାଳବୈଶାଖୀ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଦେବଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବରଗଡ଼, ଢେଙ୍କାନାଳ, ସୁବର୍ଣ୍ଣପୁର, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲାକୁ କାଳବୈଶାଖୀ ପାଇଁ ସତର୍କ ସୂଚନା ଦିଆଯାଇଛି।

  • Related Posts

    ଏସ୍‌ସିବି ମେଡିକାଲ ସର୍ଜରୀ ୱାର୍ଡରେ ଅଗ୍ନିକାଣ୍ଡ

    କଟକ ୪।୬: ଏସ୍‌ସିବି ପିଛା ଛାଡ଼ୁନି ଅଗ୍ନିକାଣ୍ଡ । କଟକ ଏସ୍‌ସିବି ମେଡ଼ିକାଲରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ଏସ୍‌ସିବି ମେଡିକାଲ ସର୍ଜରୀ ୱାର୍ଡରେ ବିଦ୍ୟୁତ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ଜଣାପଡିଛି । ୱାର୍ଡ ଭିତରେ ଥିବା…

    Continue reading
    ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ

    ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ