ଜେଇଇ ମେନ୍ ୨୦୨୬ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୪୧ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ

ଭୁବନେଶ୍ୱର,୨୧/୦୪/୨୦୨୬: ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଜଏଣ୍ଟ ଏଣ୍ଟ୍ରାନ୍ସ ପରୀକ୍ଷା ମେନ୍ ୨୦୨୬ (ସେସନ୍-୨) ରେ ଉଲ୍ଲେଖନୀୟ ପ୍ରଦର୍ଶନ କରିବା ସହ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ବିଭିନ୍ନ ଓଡ଼ିଶା ଆଦର୍ଶ ବିଦ୍ୟାଳୟରୁ ମୋଟ ୧୪୧ ଜଣ ଛାତ୍ରଛାତ୍ରୀ ଜେଇଇ (ଏଡଭାନ୍ସଡ୍) ୨୦୨୬ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି, ଯାହା ଏହି ଶିକ୍ଷାନୁଷ୍ଠାନ ପାଇଁ ଏକ ବଡ଼ ସଫଳତା। ଶୀର୍ଷ ସଫଳତା ପାଇଥିବା ପରୀକ୍ଷାର୍ଥୀଙ୍କ ମଧ୍ୟରେ ପିୟୂଷ ରଞ୍ଜନ ସ୍ୱାଇଁ ୯୯.୮୯ ପ୍ରତିଶତ ରଖି ସର୍ବୋଚ୍ଚ ମାର୍କ ରଖିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୭ ଜଣ ଛାତ୍ରଛାତ୍ରୀ ୯୯ ପ୍ରତିଶତରୁ ଅଧିକ, ୩୪ ଜଣ ୯୫ ପ୍ରତିଶତରୁ ଅଧିକ ଏବଂ ୬୩ ଜଣ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି । ଏହି ଉଲ୍ଲେଖନୀୟ ସଫଳତା ଛାତ୍ରଛାତ୍ରୀଙ୍କ ଅଧ୍ୟବସାୟ, ନିଷ୍ଠା, ଶୃଙ୍ଖଳା ଓ କଠିନ ପରିଶ୍ରମ ସହିତ ଓଡ଼ିଶାର ସମସ୍ତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକ ଏବଂ ପରାମର୍ଶଦାତାଙ୍କ ନିରନ୍ତର ପ୍ରଚେଷ୍ଟାକୁ ପ୍ରତିଫଳିତ କରୁଛି ।

  • Related Posts

    ଓଡ଼ିଶାରେ ସ୍ୱାଭାବିକ ଓ ସ୍ଥିର ରହିଛି ପେଟ୍ରୋଲ, ଡିଜେଲ ଏବଂ ଏଲପିଜି ଯୋଗାଣ

    ଭୁବନେଶ୍ୱର,୨୧/୦୪/୨୦୨୬:ବର୍ତ୍ତମାନ ବିଶ୍ୱ ଶକ୍ତି ବଜାରକୁ ପ୍ରଭାବିତ କରୁଥିବା ଭୌଗୋଳିକ-ରାଜନୈତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି, ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ ପୁନର୍ବାର ନିଶ୍ଚିତ କରିଛି ଯେ, ସାରା ଓଡ଼ିଶାରେ ଏଲପିଜି, ପେଟ୍ରୋଲ ଓ ଡିଜେଲର ଯୋଗାଣ ସ୍ୱାଭାବିକ ଓ ସ୍ଥିର ରହିଛି। ସମଗ୍ର…

    Continue reading
    ଢେଙ୍କାନାଳ ଓ କେନ୍ଦୁଝରରେ ହେବ ପୋସ୍କୋ-ଜେଏସଡବ୍ଲୁ ମେଗା ଷ୍ଟିଲ ପ୍ଲାଣ୍ଟ

    ଭୁବନେଶ୍ୱର: ସୋମବାର ନୂଆଦିଲ୍ଲୀରେ ଭାରତ-କୋରିଆ ବ୍ୟବସାୟ ଫୋରମରେ କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ, କୋରିଆ ଗଣରାଜ୍ୟର ଶିଳ୍ପ, ବାଣିଜ୍ୟ ଏବଂ ସମ୍ବଳ ମନ୍ତ୍ରୀ ଜଙ୍ଗ-ୱାନ୍ କିମ୍, JSW ଗ୍ରୁପର ଅଧ୍ୟକ୍ଷ ସଜ୍ଜନ ଜିନ୍ଦଲ ଏବଂ POSCO ଅଧ୍ୟକ୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର