ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ ତ୍ରିରଙ୍ଗା ଅଭିଯାନ ବହୁ ଆଡ଼ମ୍ବର ସହକାରେ ପାଳନ କରାଯିବ।

ଘରେ ଘରେ ତ୍ରିରଙ୍ଗା ଅଭିଯାନ କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ କରିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପ୍ରତ୍ୟେକ ଜିଲ୍ଲାକୁ ୧୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଦେଶ ମାତୃକାର ବନ୍ଦନାରେ ଓଡ଼ିଶାବାସୀ ସାମିଲ ହେବା ପାଇଁ ସଂସ୍କୃତି ମନ୍ତ୍ରୀ ଆହ୍ୱାନ ଦେଇଛନ୍ତି। କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ଏବଂ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗ ସହଯୋଗରେ ରାଜ୍ୟ ସ୍ତରୀୟ ତ୍ରିରଙ୍ଗା ରାଲି ଆୟୋଜିତ ହେଉଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ହାତୀଆସୁଣୀ ଗ୍ରାଉଣ୍ଡ ଠାରୁ ଲୁମ୍ବିନୀ ବିହାର ରୋଡ଼ ପର୍ଯ୍ୟନ୍ତ ତ୍ରିରଙ୍ଗା ରାଲି ଆୟୋଜିତ ହେଉଛି। ତ୍ରିରଙ୍ଗା ରାଲିରେ ସମସ୍ତ ସରକାରୀ ଅଧିକାରୀ, ଯୁବ ବର୍ଗ, ସ୍ୱେଚ୍ଛାସେବୀ ସଂଗଠନ, କ୍ରୀଡ଼ାବିତ୍ , ଛାତ୍ରଛାତ୍ରୀ, ଏନସିସି ଓ ଏନଏସଏସ ସ୍ୱେଚ୍ଛାସେବୀଙ୍କ ସମେତ ଓଡ଼ିଶାର ସମସ୍ତ ଜନସାଧାରଣ ଯୋଗ ଦେଇଛନ୍ତି।

ଏହି ଅବସରରେ ଏକତାର ସୂତ୍ରରେ ବାନ୍ଧି ହୋଇ ରହିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାରତୀୟ ଭାବେ ଏକସୂତ୍ରରେ ବାନ୍ଧି ହୋଇ ଦେଶ ପାଇଁ କାମ କରିବା। ଆଜି ଦେଶ ଦ୍ରୁତ ଗତିରେ ଆଗେଇ ଚାଲିଛି। ଅର୍ଥନୀତିରେ ଆମେ ତୃତୀୟ ସ୍ଥାନ ଆଡ଼କୁ ଅଗ୍ରସର ହେଉଛୁ। ଦେଶର ବିକାଶରେ ଓଡ଼ିଶାର ଭୂମିକା ଗୁରୁତ୍ବପୂର୍ଣ୍ଣ।

ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ ଜେନ୍‌-ଜିଙ୍କୁ ଘରେ ଘରେ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି। ଜେନ୍‌-ଜିଙ୍କୁ ବାହ୍ୟଶକ୍ତିରୁ ଦୂରେଇ ରହିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶର ଯୁବଶକ୍ତିଙ୍କୁ ସଶକ୍ତ ଓ ସୁଦୃଢ କରିବାକୁ ପ୍ରଧାନମନ୍ତ୍ରୀ ମୋଦି ଚେଷ୍ଟା ଜାରି ରଖିଛନ୍ତି। କିନ୍ତୁ ଡିଜିଟାଲ ଯୁଗରେ ଦେଶ ବାହାରୁ ଯୁବବର୍ଗଙ୍କୁ ଭ୍ରମିତ କରାଯାଉଛି। ସୋସିଆଲ ମିଡିଆର ଅପବ୍ୟବହାର ଓ ନିଶାଦ୍ରବ୍ୟର କୁପ୍ରଭାବ ଯୁବକଙ୍କୁ ପଥଭ୍ରଷ୍ଟ କରୁଛି। ତେଣୁ ଆଜିର ଯୁବବର୍ଗ ବାହ୍ୟଶକ୍ତିରୁ ଦୂରେଇ ରହିବା ଦରକାର। କୌଣସି ବାହ୍ୟଶକ୍ତି ଯୁବବର୍ଗଙ୍କୁ ଦୁର୍ବଳ କରିପାରିବ ନାହିଁ। ଆଜିର ଯାତ୍ରାର ମୂଳ ଉଦ୍ଦେଶ୍ୟ ଏକ ହୋଇ ରହିବା। ଏହି ଏକତା ହିଁ ବାହ୍ୟଶକ୍ତିକୁ ଉଚିତ୍ ଜବାବ ଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading
    ଉପର ମୁଣ୍ଡରେ ବର୍ଷା: ଫୁଲୁଛି ବୈତରଣୀ

    ଭଦ୍ରକ : ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ପୁଣି ଫୁଲୁଛି ବୈତରଣୀ । ବୈତରଣୀରେ ଆସିଥିବା ବନ୍ୟାରେ ଭଦ୍ରକ ଭଣ୍ଡାରିପୋଖରୀ ଓ ଧାମନଗର ବ୍ଲକର ଲୋକମାନଙ୍କ ଦୁର୍ଦଶା ସରିନି । ସେପଟେ ଆଖୁଆପଦା ନିକଟରେ ପୁଣି ଫୁଲୁଛି ବୈତରଣୀ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ