ଜେଲରୁ ବାହାରିଲେ ଅଲ୍ଲୁ ଅର୍ଜ୍ଜୁନ

ନୂଆଦିଲ୍ଲୀ: ଜେଲରୁ ବାହାରିଲେ ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜ୍ଜୁନ। ହାଇକୋର୍ଟରୁ ଜାମିନ୍ ପାଇବା ପରେ ଆଜି ସକାଳୁ ସେ ହାଇଦ୍ରାବାଦ ସ୍ଥିତ ଚଞ୍ଚଲଗୁଡ଼ା ସେଣ୍ଟ୍ରାଲ ଜେଲରୁ ମୁକୁଳିଛନ୍ତି। ଗତକାଲି ବେଲ୍ ମିଳିଥିଲେ ବି ସେ ଜେଲରେ ରାତି କାଟିଥିଲେ। ହାଇକୋର୍ଟରୁ ଜାମିନ ମିଳିବା ସତ୍ତ୍ୱେ ଗତକାଲି କାହିଁକି ତାଙ୍କୁ ଜେଲ୍‌ରୁ ମୁକ୍ତ କରାଯାଇ ନଥିଲା, ତାକୁ ନେଇ ଉଠିଛି ପ୍ରଶ୍ନ। ଅଲ୍ଲୁ ଅର୍ଜୁନଙ୍କ ଓକିଲ କହିଛନ୍ତି, ଜେଲ୍ କର୍ତ୍ତୃପକ୍ଷ ହାଇକୋର୍ଟଙ୍କ ଅର୍ଡର କପି ପାଇଥିଲେ। ତଥାପି ତାଙ୍କୁ ରିଲିଜ କରି ନଥିଲେ। ତାଙ୍କୁ ଏମିତି ଅଟକ ରଖାଯିବା ବେଆଇନ। ଏହା ବିରୋଧରେ ଆଇନଗତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଅଲ୍ଲୁ ଅର୍ଜୁନଙ୍କ ଓକିଲ।

ଜେଲ୍‌ରୁ ବାହାରିବା ପରେ ଅଲ୍ଲୁ ସମର୍ଥନ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ମୁଁ ଭଲ ଅଛି। ବ୍ୟସ୍ତ ହେବାର କିଛି ନାହିଁ। ଆଇନକୁ ସମ୍ମାନ ଦିଏ। ସମସ୍ତ ପ୍ରକାର ସହଯୋଗ କରିବି।ଏହା ସହିତ ସେ ପୁଣି ଥରେ ସେହି ମୃତ ମହିଳାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ସେ କହିଛନ୍ତି, ମୁଁ ପୁଣି ଥରେ ସେହି ପରିବାରକୁ ମୋର ସମବେଦନା ଜଣାଉଛି। ଏହା ଏକ ଦୁର୍ଭାଗ୍ୟଜନକ ଘଟଣା ଥିଲା। ଯାହା ଘଟିଲା, ସେଥିପାଇଁ ଆମେ ଦୁଃଖିତ।

  • Related Posts

    ୧୨ରେ ପୂର୍ଣ୍ଣ ସୂର୍ଯ୍ୟ ପରାଗ

    ନୂଆଦିଲ୍ଲୀ : ପ୍ରକୃତିର ଅନ୍ୟତମ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ। ପୂର୍ଣ୍ଣ ସୂର୍ଯ୍ୟ ପରାଗ ପ୍ରଭାବରେ ୟୁରୋପ ଖୁବ୍ କମ୍ ସମୟ ପାଇଁ ଦିବାଲୋକରେ ଅନ୍ଧକାରମୟ ହୋଇଯିବ । ମହାକାଶର କିଛି କ୍ଷେତ୍ରରେ ୧ ମିନିଟ୍ରୁ ଟିକିଏ ଅଧିକ…

    Continue reading
    ଓଲଟିଲା ବସ୍, ୭ ମୃତ

    ନୂଆଦିଲ୍ଲୀ : ହିମାଚଳ ପ୍ରଦେଶର ଚମ୍ଵା ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା। ଶନିବାର ସକାଳେ ତୀସା-ବୈରାଗଡ଼ ରାସ୍ତାରେ ଚାଲୁଜ ବୁଲାଣି ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଆହତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ